fbpx

OSSC ଜାରି କଲା ସୂଚନା: ଷ୍ଟେନୋ, ଟାଇପିଷ୍ଟ ଓ DEO ପଦ ପାଇଁ ଅନଲାଇନ୍ ଆବେଦନ ପୂର୍ବରୁ ପ୍ରାର୍ଥୀଙ୍କ ପାଇଁ ଜରୁରୀ ଖବର

ରାଜ୍ୟର ସମସ୍ତ ଚାକିରି ଆଶାୟୀଙ୍କ ପାଇଁ ଆସିଛି ଏକ ଖୁସି ଖବର । ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସଏସସି) ପକ୍ଷରୁ ଆସିଛି ଏକ ବଢ଼ିଆ ନିଯୁକ୍ତି ସୁଯୋଗ । ଗତ ୧୦ ତାରିଖରେ ଓଏସଏସସି ପକ୍ଷରୁ ଜୁନିୟର ଷ୍ଟେନୋଗ୍ରାଫର, ଜୁନିୟର ଗ୍ରେଡ ଷ୍ଟେନୋଗ୍ରାଫର, ଜୁନିୟର ଗ୍ରେଡ୍ ଟାଇପିଷ୍ଟ, ଜୁନିୟର ଟାଇପିଷ୍ଟ, ଜୁନିୟର କ୍ଲର୍କ ଆଣ୍ଡ ଟାଇପିଷ୍ଟ, ଟାଇପିଷ୍ଟ ଆଣ୍ଡ କପିଇଷ୍ଟ, ଜୁନିୟର ଗ୍ରେଡ ଟାଇପିଷ୍ଟ, ଡାଟା ଏଣ୍ଟ୍ରି ଅପରେଟର (ଡିଇଓ) ପଦ ପାଇଁ ବିଜ୍ଞପ୍ତି ଜାରି କରାଯାଇଥିଲା ।

ତେବେ ଏହା ମଧ୍ୟରେ ଏହି ସମସ୍ତ ପଦ ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହେବା ପୂର୍ବରୁ ପ୍ରାର୍ଥୀଙ୍କ ପାଇଁ ଆସିଛି ଏକ ବଡ଼ ଖବର । ଏନେଇ ଓଏସଏସସି ପକ୍ଷରୁ ନୋଟିସ୍ ଜାରି କରାଯାଇଛି । ନୂଆ ନୋଟିସ ମୁତାବକ, ନଭେମ୍ବର ମାସ ୧୮ ତାରିଖରୁ ଅନଲାଇନ୍ ରେଜିଷ୍ଟ୍ରେସନ ପ୍ରକ୍ରିୟା ଆରମ୍ଭ ହୋଇ ଡିସେମ୍ବର ମାସ ୧୭ ତାରିଖରେ ସମାପ୍ତ ହେବ । ସେହିପରି ନଭେମ୍ବର ୧୮ରୁ ଅନଲାଇନ୍ ଆପ୍ଲିକେସନ ଫର୍ମ ସବମିସନ୍ ପ୍ରକ୍ରିୟା ଆରମ୍ଭ ହୋଇ ଡିସେମ୍ବର ମାସ ୨୦ରେ ସମାପ୍ତ ହେବ । ପ୍ରାର୍ଥୀମାନେ ଡିସେମ୍ବର ୨୧ରୁ ୨୩ ତାରିଖ ମଧ୍ୟରେ ଓଏସଏସସିର ଅଫିସିଆଲ ୱେବସାଇଟକୁ ଯାଇ ସେମାନଙ୍କର ଅନଲାଇନ୍ ଆପ୍ଲିକେସନ ଫର୍ମ ସଂଶୋଧନ କରିପାରିବେ ।

ସମସ୍ତ ପଦ ପାଇଁ ଶିକ୍ଷାଗତ ଯୋଗ୍ୟତା ଓ ବେତନ ହାର ଅଲଗା ଅଲଗା ରହିଛି । ଚଳିତ ବର୍ଷ ଜାନୁଆରୀ ମାସ ସୁଦ୍ଧା ପ୍ରାର୍ଥୀଙ୍କର ବୟସ ୧୮ ରୁ ୩୮ ବର୍ଷ ମଧ୍ୟରେ ହୋଇଥିବା ଆବଶ୍ୟକ । ବୟସ କୋହଳ ନିୟମ ଅନୁଯାୟୀ ଧାର୍ଯ୍ୟ କରାଯିବ । ସିଲେକ୍ଟ ହେବା ପରେ ଯୋଗ୍ୟ ପ୍ରାର୍ଥୀଙ୍କୁ ରାଜସ୍ୱ ବୋର୍ଡ କଟକ, ଶ୍ରମ ଆୟୋଗ ଭୁବନେଶ୍ୱର, ଇଣ୍ଡଷ୍ଟ୍ରିଆଲ ଟ୍ରିବ୍ୟୁନାଲ ଭୁବନେଶ୍ୱର, କୃଷି ନିର୍ଦ୍ଦେଶାଳୟ, ଲୋକାୟୁକ୍ତ ଓଡ଼ିଶା ଆଦି ବିଭିନ୍ନ କାର୍ଯ୍ୟାଳୟରେ ନିଯୁକ୍ତି ଦିଆଯିବ ।

ଅଫିସିଆଲ ୱେବସାଇଟ୍ ଲିଙ୍କ: https://www.ossc.gov.in/Public/OSSC/Default.aspx

Get real time updates directly on you device, subscribe now.