fbpx
BJD SKY
BJD SKY

OSSC ପକ୍ଷରୁ ପୁଣି ନିଯୁକ୍ତି ସୁଯୋଗ: ମିଳିତ ବୈଷୟିକ ସେବା ପରୀକ୍ଷା ପାଇଁ ଜାରି ହେଲା ବିଜ୍ଞପ୍ତି

BJD

ସରକାରୀ ଚାକିରି ସନ୍ଧାନରେ ରହିଥିବା ସମସ୍ତ ରାଜ୍ୟର ସମସ୍ତ ପ୍ରାର୍ଥୀଙ୍କ ପାଇଁ ଆସିଛି ଏକ ଖୁସି ଖବର । ରାଜ୍ୟ କର୍ମଚାରୀ ଚୟନ ଆୟୋଗ (ଓଏସଏସସି) ପକ୍ଷରୁ ମିଳିତ ବୈଷୟିକ ସେବା ନିଯୁକ୍ତି ପରୀକ୍ଷା (ସିଟିଏସଆରଇ)-୨୦୧୩ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରାର୍ଥୀଙ୍କୁ ଗ୍ରୁପ-ବି ଓ ଗ୍ରୁପ-ସି ପଦରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ନିଯୁକ୍ତି ଦିଆଯିବ ।

ଏଥିପାଇଁ ଡିସେମ୍ବର ମାସ ୨୦ ତାରିଖରୁ ଅନଲାଇନ୍ ରେଜିଷ୍ଟ୍ରେସନ ପ୍ରକ୍ରିୟା ଆରମ୍ଭ ହୋଇ ଜାନୁଆରୀ ମାସ ୧୯ ତାରିଖରେ ସମାପ୍ତ ହେବ । ଡିସେମ୍ବର ୨୦ରୁ ଜାନୁଆରୀ ୨୨ ତାରିଖ ମଧ୍ୟରେ ପ୍ରାର୍ଥୀମାନେ ସେମାନଙ୍କର ଅନଲାଇନ୍ ଆପ୍ଲିକେସନ ଫର୍ମ ସବମିଶନ କରିପାରିବେ । ଡିସେମ୍ବର ୨୦ରୁ ଜାନୁଆରୀ ୨୪ ମଧ୍ୟରେ ପ୍ରାର୍ଥୀମାନେ ଅନଲାଇନ୍ ଆପ୍ଲିକେସନ ଫର୍ମ ସଂଶୋଧନ କରିପାରିବେ ।

ପ୍ରାର୍ଥୀଙ୍କୁ ଜୁନିୟର ମାଇନିଂ ଅଫିସର, ଜୁନିୟର ଏମଭିଆଇ, ଜୁନିୟର ଇଞ୍ଜିନିୟର (ମେକାନିକାଲ), ଜୁନିୟର ଇଞ୍ଜିନିୟର (ସିଭିଲ), ଟ୍ରେସର, ଲାବୋରେଟୋରୀ ଆସିଷ୍ଟାଣ୍ଟ, ଲାବୋରେଟୋରୀ ଆଟେଣ୍ଡାଣ୍ଟ ଆଦି ପଦରେ ନିଯୁକ୍ତି ଦିଆଯିବ । ଯୋଗ୍ୟ ପ୍ରାର୍ଥୀଙ୍କୁ ରାଜ୍ୟ ପରିବହନ କର୍ତ୍ତୃପକ୍ଷ, ଗୃହ ଓ ନଗର ଉନ୍ନୟନ ବିଭାଗ, ସହରୀ ଯୋଜନା ନିର୍ଦ୍ଦେଶାଳୟ, ବନ୍ଦର ଓ ଆଭ୍ୟନ୍ତରୀଣ ଜଳ ପରିବହନ ନିର୍ଦ୍ଦେଶାଳୟ, ଖଣି ଓ ଭୂବିଜ୍ଞାନ, ପଞ୍ଚାୟତିରାଜ ଓ ପିଇବା ପାଣି ବିଭାଗ ନିର୍ଦ୍ଦେଶାଳୟରେ ନିଯୁକ୍ତି ଦିଆଯିବ । ସମସ୍ତ ପଦ ପାଇଁ ଶିକ୍ଷାଗତ ଯୋଗ୍ୟତା ଅଲଗା ଅଲଗା ରହିଛି । ଚଳିତ ବର୍ଷ ଜାନୁଆରୀ ମାସ ପହିଲା ସୁଦ୍ଧା ପ୍ରାର୍ଥୀଙ୍କର ବୟସ ୨୧ରୁ ୩୮ ବର୍ଷ ମଧ୍ୟରେ ରହିଥିବା ଆବଶ୍ୟକ ।

ଅଫିସିଆଲ ୱେବସାଇଟ୍ ଲିଙ୍କ: https://www.ossc.gov.in/Public/OSSC/Default.aspx

Get real time updates directly on you device, subscribe now.