fbpx
BJD SKY
BJD SKY

OSSC ପକ୍ଷରୁ ପୁଣି ନିଯୁକ୍ତି ସୁଯୋଗ: ଭିଟାଲ ଷ୍ଟାଟିଷ୍ଟିକ୍ସ ଆସିଷ୍ଟାଣ୍ଟ ପଦ ପାଇଁ ଜାରି ହେଲା ବିଜ୍ଞପ୍ତି

BJD

ରାଜ୍ୟର ଚାକିରି ଆଶାୟୀଙ୍କ ପାଇଁ ପୁଣି ଆସିଛି ଏକ ବଡ଼ ଖୁସି ଖବର । ନିକଟରେ ରାଜ୍ୟ କର୍ମଚାରୀ ଚୟନ ଆୟୋଗ (ଓଏସଏସସି) ପକ୍ଷରୁ ଅନେକ ପଦ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ସେନେଇ ଅନଲାଇନ୍ ଆବେଦନ ପ୍ରକ୍ରିୟା ଜାରି ରହିଛି । ତେବେ ଏହା ମଧ୍ୟରେ ପୁଣି ଆସିଛି ଏକ ନିଯୁକ୍ତି ସୁଯୋଗ । ଭିଟାଲ ଷ୍ଟାଟିଷ୍ଟିକ୍ସ ଆସିଷ୍ଟାଣ୍ଟ ପଦ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି ।

ମୋଟ ୨୩୪ଟି ପଦ ପାଇଁ ନିଯୁକ୍ତି ସୁଯୋଗ ଆସିଛି । ଏଥିପାଇଁ ନଭେମ୍ବର ୨୪ରୁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ଡିସେମ୍ବର ମାସ ୨୧ରେ ସମାପ୍ତ ହେବ । ପ୍ରାର୍ଥୀମାନେ ଡିସେମ୍ବର ମାସ ୨୭ ତାରିଖ ସୁଦ୍ଧା ସେମାନଙ୍କର ଅନଲାଇନ୍ ଆପ୍ଲିକେସନ ଫର୍ମ ସଂଶୋଧନ କରିପାରିବେ । ଡାଇରେକ୍ଟୋରେଟ୍ ଅଫ୍ ହେଲଥ ଇଣ୍ଟେଲିଜେନ୍ସ ଆଣ୍ଡ ଭିଟାଲ ଷ୍ଟାଟିଷ୍ଟିକ୍ସ, ଓଡ଼ିଶା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅଧିନରେ ଗ୍ରୁପ-ସି’ରେ ପ୍ରାର୍ଥୀଙ୍କୁ ଏହି ପଦରେ ନିଯୁକ୍ତି ଦିଆଯିବ ।

ୟୁଆରଙ୍କ ପାଇଁ ୧୧୬ଟି, ଶିକ୍ଷା ଓ ଆର୍ଥିକ ଦୁର୍ବଳ ଶ୍ରେଣୀ (ଏସଇବିସି)ଙ୍କ ପାଇଁ ୨୮ଟି, ଅନୁସୂଚିତ ଜାତି (ଏସସି)ଙ୍କ ପାଇଁ ୩୯ଟି ଓ ଅନୁସୂଚିତ ଜନଜାତି (ଏସଟି)ଙ୍କ ପାଇଁ ୫୧ଟି ପଦ ଖାଲି ରହିଛି । ପ୍ରାର୍ଥୀ ମାଥମେଟିକ୍ସ କିମ୍ବା ଷ୍ଟାଟିଷ୍ଟିକ୍ସରେ ଯେ କୌଣସି ସ୍ୱୀକୃତିପ୍ରାପ୍ତ ବିଶ୍ୱବିଦ୍ୟାଳୟରୁ ଗ୍ରାଜୁଏସନ ପାସ୍ କରିଥିବେ । ଚଳିତ ବର୍ଷ ଜାନୁଆରୀ ମାସ ୧ ତାରିଖ ସୁଦ୍ଧା ପ୍ରାର୍ଥୀଙ୍କର ସର୍ବନିମ୍ନ ବୟସ ୨୧ ଓ ସର୍ବାଧିକ ବୟସ ୩୮ ବର୍ଷ ହୋଇଥିବା ଆବଶ୍ୟକ । ପ୍ରାର୍ଥୀ ପ୍ରିଲିମିନାରୀ ଓ ମେନ୍ ପରୀକ୍ଷା ଦେବା ପରେ କମ୍ପ୍ୟୁଟର ଦକ୍ଷତା ପରୀକ୍ଷା ଦେବେ ।

ଅଫିସିଆଲ ୱେବସାଇଟ୍ ଲିଙ୍କ: https://www.ossc.gov.in/Public/OSSC/Default.aspx

Get real time updates directly on you device, subscribe now.