ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଓଏସଏସସି) ଦ୍ୱାରା ପରିଚାଳିତ ଟ୍ରାଫିକ କନଷ୍ଟେବଳ ନିଯୁକ୍ତିକୁ ନେଇ ଆସିଛି ଏକ ବଡ଼ ଖବର । ଏହି ପଦର ପ୍ରିଲିମିନାରୀ ପରୀକ୍ଷା ତାରିଖ ଘୋଷଣା କରିଛି ଓଏସଏସସି । ଏଥିସହିତ ପରୀକ୍ଷାକୁ ନେଇ ପ୍ରୋଗ୍ରାମ ମଧ୍ୟ ଜାରି କରାଯାଇଛି । ଆସନ୍ତା ୧୭ ତାରିଖ (ରବିବାର) ଦିନ ଗୋଟିଏ ଶିଟିଂରେ ଏହି ପରୀକ୍ଷା ଅନୁଷ୍ଠିତ ହେବା । ସକାଳ ୧୦ଟାରୁ ୧୧.୩୦ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ । ପରୀାର ସିଲାବସ ବିଜ୍ଞପ୍ତିର ଆନେକ୍ସର-ସି’ରେ ଉଲ୍ଲେଖ କରାଯାଇଛି । ପ୍ରାର୍ଥୀମାନେ ୧୧ ତାରିଖ ପରଠାରୁ ୱେବସାଇଟକୁ ଯାଇ ଆଡମିଟ୍ କାର୍ଡ ଡାଉନଲୋଡ୍ କରିପାରିବେ ।
ସୂଚନାଯୋଗ୍ୟ ଯେ, ଗତ ମାର୍ଚ୍ଚ ୨୮ରୁ ଏପ୍ରିଲ ୨୭ ତାରିଖ ପର୍ଯ୍ୟନ୍ତ ଏଥିପାଇଁ ଅନଲାଇନରେ ଆବେଦନ ଗ୍ରହଣ କରାଯାଇଥିଲା । ରାଜ୍ୟ ପରିବହନ କର୍ତ୍ତୃପକ୍ଷ (ଏସଟିଏ) ବିଭାଗରେ ୨୬ଟି ପଦ ପୂରଣ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ଅଣସଂରକ୍ଷିତ, ଶିକ୍ଷା ଓ ସାମାଜିକ କ୍ଷେତ୍ରରେ ପଛୁଆ ବର୍ଗ (ଏସଇବିସି), ଅନୁସୂଚିତ ଜାତି (ଏସସି), ଅନୁସୂଚିତ ଜନଜାତି (ଏସଟି) ବର୍ଗର ପ୍ରାର୍ଥୀଙ୍କ ପାଇଁ ପଦ ସଂରକ୍ଷିତ ରହିଥିଲା । ପ୍ରାର୍ଥୀଙ୍କର ଶିକ୍ଷାଗତ ଯୋଗ୍ୟତା ଯୁକ୍ତଦୁଇ ପାସ ରହିଥିବା ବୟସ ଯୋଗ୍ୟତା ୨୧ରୁ ୩୮ ବର୍ଷ ମଧ୍ୟରେ ରହିଥିଲା ।