fbpx

OUAT ପକ୍ଷରୁ ନିଯୁକ୍ତି ବିଜ୍ଞପ୍ତି: ଅଗଷ୍ଟ ୭ ତାରିଖ ପୂର୍ବରୁ ଆବେଦନ କରନ୍ତୁ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଚାକିରି ଖୋଜୁଥିବା ପ୍ରାର୍ଥୀଙ୍କ ପାଇଁ ଆସିଛି ଏକ ବଡ଼ ସୁଯୋଗ । ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି) ତରଫରୁ କିଛି ପଦରେ ନିଯୁକ୍ତି ଦିଅ।।ଯିବ । ଏନେଇ ଓୟୁଏଟି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରାର୍ଥୀଙ୍କୁ ଶାରୀରିକ ଶିକ୍ଷା ପ୍ରଶିକ୍ଷକ (ପିଇଆଇ)ରେ ନିଯୁକ୍ତି ଦିଆଯିବ । ପ୍ରାର୍ଥୀଙ୍କୁ ମାସିକ ୨୦ ହଜାର ଟଙ୍କା ବେତନ ପ୍ରଦାନ କରାଯିବ । ପ୍ରାର୍ଥୀଙ୍କ ଶିକ୍ଷାଗତ ଯୋଗ୍ୟତା B.PEd /  C.PEd/ ନ୍ୟାସନାଲ ଇନଷ୍ଟିଚ୍ୟୁଟ ଅଫ୍ ସ୍ପୋର୍ଟ୍ସ (ଏନଆଇଏସ)ରୁ ପିଜି ଡିପ୍ଲୋମା ରହିଥିବା ଆବଶ୍ୟକ । ଏହି ନିଯୁକ୍ତି ବାବଦରେ ସବିଶେଷ ତଥ୍ୟ ଜାଣିବା ପାଇଁ ଇଚ୍ଛୁକ ପ୍ରାର୍ଥୀମାନେ https://ouat.ac.in/ ୱେବସାଇଟକୁ ପରିଦର୍ଶନ କରିପାରିବେ । ଅଗଷ୍ଟ ମାସ ୭ ତାରିଖ ସୁଦ୍ଧା ପ୍ରାର୍ଥୀଙ୍କୁ ଏଥିରେ ଆବେଦନ କରିବାକୁ ପଡ଼ିବ ।

Get real time updates directly on you device, subscribe now.