ସ୍ଥଳ ଭାଗ ଛୁଇଁଲା ବାତ୍ୟାର ବାହ୍ୟବଳୟ, ଭଦ୍ରକ ଓ କେନ୍ଦ୍ରାପଡ଼ାରେ ପବନ ଓ ବର୍ଷା

ଓଡ଼ିଶା ଭାସ୍କର: ବାତ୍ୟା ‘ଦାନା’କୁ ନେଇ ଆଉ ଏକ ବଡ଼ ଖବର ସାମ୍ନାକୁ ଆସିଛି । ସ୍ଥଳ ଭାଗ ଛୁଇଁଛି ବାତ୍ୟାର ବାହ୍ୟ ବଳୟ । ଭଦ୍ରକ ଓ କେନ୍ଦ୍ରାପଡ଼ାରେ ଏହାର ପ୍ରାଥମିକ ପ୍ରଭାବ ଦେଖିବାକୁ ମିଳିଛି । ଅନେକ ସ୍ଥାନରେ ପବନ ଓ ବର୍ଷା ଆରମ୍ଭ ହୋଇଛି । ଏନେଇ ପାରାଦୀପ ବର୍ତ୍ତମାନ ପାରାଦୀପ ରାଡାର ତଥ୍ୟରୁ ପାଣିପାଗ ବିଜ୍ଞାନ ସୂଚନା ଦେଇଛନ୍ତି । ବର୍ତ୍ତମାନ ପାରାଦୀପ ଠାରୁ ବାତ୍ୟା ୫୦୦ କିମି ଦୂରରେ ଥିବା ଜଣାପଡ଼ିଛି ।

ବାତ୍ୟା ପ୍ରଭାବରେ ଧାମରା, ପାରାଦୀପରେ ବର୍ଷା ଆରମ୍ଭ ହୋଇଛି । ଆକାଶରେ କଳାହାଣ୍ଡିଆ ମେଘ ଘୋଟିବା ସହ ଧାମରାରେ ବର୍ଷା ସହ ପବନ, ପାରାଦୀପରେ ଆକାଶ ମେଘାଚ୍ଛନ୍ନ ରହିଛି । କେନ୍ଦ୍ରାପଡ଼ା ରାଜନଗରରେ ମଧ୍ୟ ବର୍ଷା ଆରମ୍ଭ ହୋଇଛି । ଅନ୍ୟପଟେ ଭିତରକନିକା, ଧାମରା ପାଖରେ ବାତ୍ୟା ଲ୍ୟାଣ୍ଡଫଲ କରିପାରେ ବୋଲି ଆଇଏମ୍‌ଡି ଡିଜି କହିଛନ୍ତି । ଆସନ୍ତା ୨୪ ରାତିରୁ ୨୫ ସକାଳ ମଧ୍ୟରେ ଲ୍ୟାଣ୍ଡଫଲ କରିବା ପରେ ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ ଅତିକ୍ରମ କରିବ। ସ୍ଥଳଭାଗ ଛୁଇଁଲା ବେଳେ ପବନର ବେଗ ୧୦୦ରୁ ୧୨୦ କିମି ରହିବ ବୋଲି କହିଛନ୍ତି ଆଇଏମ୍‌ଡି ଡିଜି ।