Breaking: ୯୧ ବର୍ଷ ବୟସରେ ଆଖି ବୁଜିଲେ ପଦ୍ମଶ୍ରୀ ବିନୋଦ ପଶାୟତ

ବିଶିଷ୍ଟ ସାହିତ୍ୟିକ ପଦ୍ମଶ୍ରୀ ବିନୋଦ ପଶାୟତଙ୍କ ପରଲୋକ ।

ଭୁବନେଶ୍ବର: ବିଶିଷ୍ଟ ସାହିତ୍ୟିକ ପଦ୍ମଶ୍ରୀ ବିନୋଦ ପଶାୟତଙ୍କ ପରଲୋକ । ୯୧ ବର୍ଷ ବୟସରେ ଆଖି ବୁଜିଲେ ପଦ୍ମଶ୍ରୀ ବିନୋଦ ପଶାୟତ ।

ସମ୍ବଲପୁର ସଦର ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଛି । ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ହୋଇ ଚିକିତ୍ସିତ ଥିଲେ ବିନୋଦ ।

ଖବର ଅନୁସାରେ, ସକାଳୁ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ସମ୍ବଲପୁର ଜିଲ୍ଲା ସଦର ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି ।

ପଦ୍ମଶ୍ରୀ ବିନୋଦ ପଶାୟତ ବଲାଙ୍ଗିର ଜିଲ୍ଲା କୁସମେଲ ଗାଁରେ ୧୯୩୫ ମସିହା ଡିସେମ୍ବର ୩ ତାରିଖରେ ଜନ୍ମଗ୍ରହଣ କରିଥିଲେ । ୨୦୨୩ ମସିହା ଜାନୁଆରୀ ମାସରେ ଗୀତିନାଟ୍ୟ ପାଇଁ ତାଙ୍କୁ ପଦ୍ମଶ୍ରୀ ଉପାଧି ମିଳିଥିଲା ।

କେନ୍ଦ୍ର ସରକାରଙ୍କ ପକ୍ଷରୁ ଏହି ସମ୍ମାନ ପ୍ରଦାନ କରାଯାଇଥିଲା । ତାଙ୍କ ବିୟୋଗରେ ପଶ୍ଚିମ ଓଡ଼ିଶାରେ ଶୋକର ଛାୟା ଖେଳିଯାଇଛି । ଅନେକ ବିଶିଷ୍ଟ ବ୍ୟକ୍ତି ଶେଷ ଦର୍ଶନ ପାଇଁ ପହଞ୍ଚିଛନ୍ତି ।