fbpx

ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ: ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

Advertisement

ଭୁବନେଶ୍ୱର(ଓଡ଼ିଶା ଭାସ୍କର): କୋରାପୁଟ ଜିଲ୍ଲାର ଗର୍ବ ଓ ଗୌରବ ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ ହୋଇ ପଡ଼ିଛନ୍ତି । ତାଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି । କମଳାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ ସେଠାରେ ୫ ଜଣିଆ ଡାକ୍ତରୀ ଟିମଙ୍କ ତତ୍ତ୍ୱାବଧାନରେ ତାଙ୍କର ଚିକିତ୍ସା କରାଯାଉଛି । କମଳାଙ୍କର ସ୍ୱାସ୍ଥ୍ୟାବସ୍ଥା ଅଚାନକ ବିଗିଡ଼ିବାକୁ ନେଇ ଏବେ ଚାରିଆଡ଼େ ବେଶ୍ ଚର୍ଚ୍ଚାର ବିଷୟ ପାଲଟିଛି ।

ସୂଚନା ଯୋଗ୍ୟ, ଗତ କିଛିବର୍ଷ ଧରି ବିଶିଷ୍ଟ ସମାଜସେବୀ କମଳାଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଅବଗତି ଦେଖିବାକୁ ମିଳିଥିଲା । ଗତ ୨୦୨୨ ମସିହା ସେପ୍ଟେମ୍ବର ମାସରେ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ଏସସିବିରେ ଭର୍ତ୍ତି କରାଯାଇଥିଲା । ସେହିପରି ୨୦୨୦ ମସିହା ଜୁନ ମାସରେ ସେ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ଜୟପୁର ସ୍ଥିତ ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ଏବେ ପୁଣି ଥରେ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାକୁ ନେଇ ତାଙ୍କର ପ୍ରଶଂସକଙ୍କ ମହଲରେ ନିରାଶା ଖେଳିଯାଇଛି ।

Get real time updates directly on you device, subscribe now.