fbpx
BJD SKY
BJD SKY

ପାଇକ ଆଖଡ଼ାକୁ ରାଜ୍ୟ କ୍ରୀଡ଼ା ମାନ୍ୟତା ନେଇ ନିଖିଳ ଓଡ଼ିଶା ପାଇକ ମହାସଂଘର ଦାବି

BJD

ଭୁବନେଶ୍ୱର (ଭାସ୍କର ନ୍ୟୁଜ୍‌): ରାଜ୍ୟ ସରକାର ମାର୍ଚ୍ଚ ୨୯ ତାରିଖକୁ ‘ପାଇକ ବିଦ୍ରୋହ ଦିବସ’ ଭାବେ ଘୋଷଣା କରିବା ସହିତ ରାଜ୍ୟବ୍ୟାପୀ ପାଳନ କରିବା ଏବଂ ଖୁବ୍‌ ଶୀଘ୍ର ‘ପାଇକ ଆଖଡ଼ା’କୁ ରାଜ୍ୟ କ୍ରୀଡ଼ାର ମାନ୍ୟତା ଦେବାକୁ ନିଖିଳ ଓଡ଼ିଶା ପାଇକ ମହାସଂଘର ରାଜ୍ୟ ସଭାପତି ଅଶୋକ କୁମାର ପାଲଟାସିଂହ ଦାବି କରିଛନ୍ତି । ପାଇକ ଦିବସ ପାଳନ ଅବସରରେ ‘ବକ୍ସି ଜଗବନ୍ଧୁ’ଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିବା ସହିତ ପାଇକ ଦିବସ ପାଳିତ ହୋଇଯାଇଛି । କିନ୍ତୁ କେନ୍ଦ୍ର ସରକାରଙ୍କ ରାଜନୈତିକ ମନୋଭାବ ପାଇଁ ପାଇକ ବିଦ୍ରୋହ ଭାରତ ବର୍ଷର ପ୍ରଥମ ସ୍ୱାଧୀନତା ସଂଗ୍ରାମ ମାନ୍ୟତା ପାଇବାରୁ ବଂଚିତ ହୋଇଛି ।

ନିଜ ମାତୃଭୂମିର ସୁରକ୍ଷା ପାଇଁ ଯେଉଁ ପାଇକ ଢାଲ, ତରବାରୀ ଗର୍ଜି ଉଠିଥିଲା, ଠିକ୍‌ ଆଜି ମଧ୍ୟ ପାଇକ ବିଦ୍ରୋହକୁ ପ୍ରଥମ ସ୍ୱାଧୀନତା ସଂଗ୍ରାମର ମାନ୍ୟତା ଦେବା ସହିତ ‘ପାଇକ ରେଜିମେଂଟ’ ଗଠନ ଦାବିରେ ଆଉ ଏକ ପାଇକ ବିଦ୍ରୋହକୁ ପାଇକ ମହାସଂଘ ଆହ୍ୱାନ କରୁଛି । ଏହି କାର୍ଯ୍ୟକ୍ରମରେ ରାଜ୍ୟ ଉପଦେଷ୍ଟା ବିଭୂତ ଭୂଷଣ ସ୍ୱାଇଁ, ମୁଖପାତ୍ର ରାଜୀବ ନୟନ ରଥ, ଇଂ. ଶିବ ପ୍ରସାଦ ମିଶ୍ର, କାକଟପୁର ପାଇକ ସର୍ଦ୍ଦାର ସୁଧାକର ନାୟକ ପମୁଖ ଉପସ୍ଥିତ ଥିଲେ ।

Get real time updates directly on you device, subscribe now.