fbpx

ପାଲଲହଡ଼ା ବିଧାୟକ ମୁକେଶ ପାଲଙ୍କୁ କରୋନା

ପାଲଲହଡ଼ା, ୨୦ା୯(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ବିଧାୟକ ଠାରୁ ଆରମ୍ଭ କରି ମନ୍ତ୍ରୀ କରୋନାରେ ସଂକ୍ରମିତ ହେଉଛନ୍ତି । ଏହାରି ମଧ୍ୟରେ ଆଜି ପାଲଲହଡ଼ା ବିଧାୟକ ମୁକେଶ ପାଲଙ୍କୁ କରେନା ହୋଇଥିବା ସୂଚନା ମିଳିଛି । କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ସେ ନିଜେ ଫେସବୁକ୍ ଆକାଉଣ୍ଟରେ ମେସେଜ କରି ସୂଚନା ଦେଇଛନ୍ତି । ଲକ୍ଷଣ ନଥିବାରୁ ଡାକ୍ତରଙ୍କ ପରାମର୍ଶ ପରେ ସେ ହୋମ ଆଇସୋଲେସନରେ ଅଛନ୍ତି । ଗତ କିଛି ଦିନ ତଳେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନଙ୍କୁ କରୋନା ଟେଷ୍ଟ କରାଇନେବାକୁ ମୁକେଶ ଅନୁରୋଧ କରିଛନ୍ତି ।

 

Get real time updates directly on you device, subscribe now.