fbpx

ରାଜ୍ୟ ଯୋଜନାରେ ଯୋଡ଼ି ହେଲା ପାନ ଓ କିଆଫୁଲ ଚାଷ: ମିଳିବ ସ୍ୱତନ୍ତ୍ର ଆର୍ଥିକ ସହାୟତା

ଭୁବନେଶ୍ୱର: ପାନଚାଷ ଓ କିଆଫୁଲ ଚାଷପାଇଁ ସ୍ୱତନ୍ତ୍ର ଆର୍ଥିକ ସହାୟତା ଘୋଷଣା କରିଛନ୍ତି ରାଜ୍ୟ ସରକାର । ପାନବରଜ ଚାଷୀ ଓ କିଆଫୁଲ ଚାଷୀ ବିଭିନ୍ନପ୍ରାକୃତିକ ବିପର୍ଯ୍ୟୟରେ କ୍ଷତିଗ୍ରସ୍ତ ହେଉଥିବାରୁ ଏହାକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି ନେଇଛନ୍ତି । ରାଜ୍ୟ ଯୋଜନାରେ ଏହି ଦୁଇ ବର୍ଗରଚାଷକୁ ସାମିଲ କରାଯାଇ ସ୍ୱତନ୍ତ୍ର ଆର୍ଥିକ ସହାୟତା ଘୋଷଣା କରାଯିବା ସହ ଉଭୟ ଚାଷ ପାଇଁ ପ୍ରକ୍ରିୟାକରଣ ୟୁନିଟ୍ ଖୋଲିବା ପାଇଁ ମଧ୍ୟ ଚାଷୀଙ୍କୁ ସ୍ୱତନ୍ତ୍ର ସହାୟତା ଦିଆଯିବା ନେଇ ଘୋଷଣା କରାଯାଇଛି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ୫ଟି ସଚିବ ଭି.କେ. ପାଣ୍ଡିଆନଙ୍କ ପୁରୀ ଓ ଗଞ୍ଜାମ ଗସ୍ତ ସମୟରେ ସ୍ଥାନୀୟ ପାନବରଜ ଚାଷୀ ଓ କିଆ ଫୁଲ ଚାଷୀମାନଙ୍କ ପକ୍ଷରୁ ବିଭିନ୍ନ ଅସୁବିଧା ସଂପର୍କରେ ଅନେକ ଆପତ୍ତି ଅଭିଯୋଗ ଆସିଥିଲା । ସେ ସବୁର ସମାଧାନ ପାଇଁ ରବିବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକରେ ୫-ଟି ସଚିବଙ୍କ ସହିତ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ଅରବିନ୍ଦ ପାଢୀ, ସମବାୟ ବିଭାଗର ସଚିବ ଅରବିନ୍ଦ ଅଗ୍ରୱାଲ ପ୍ରମୁଖ ଉପସ୍ଥିତ ଥିଲେ ।

ବୈଠକର ନିଷ୍ପତ୍ତି ଅନୁଯାୟୀ ସବୁ ପାନ ଚାଷୀ ମାନଙ୍କୁ ରାଜ୍ୟ ଯୋଜନାର ସ୍ୱତନ୍ତ୍ର ଫଳଭିତ୍ତିକ ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇ ଆର୍ଥିକ ସହାୟତା ଯୋଗାଇ ଦିଆଯିବ । ଅତି କମ୍ରେ ୨୦୦ ବର୍ଗମିଟର ପରିଧିର ପାନ ବରଜ ଥିବା ଚାଷୀମାନେ ସହାୟତା ପାଇଁ ଯୋଗ୍ୟ ବିବେଚିତ ହେବେ । କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏଥିପାଇଁ ସ୍ୱତନ୍ତ୍ର ନିୟମାବଳୀ ପ୍ରସ୍ତୁତ କରିବ । ପାନ ବରଜ ଥିବା ଚାଷୀମାନଙ୍କୁ ଏହାର ପରିଚାଳନା ପାଇଁ ୟୁନିଟ ପିଚ୍ଛା ୨୫୦୦ ଟଙ୍କା ଆର୍ôଥକ ସହାୟତା ଦିଆଯିବ । ଜଣେ ଚାଷୀକୁ ସର୍ବାଧିକ ଦୁଇଟି ୟୁନିଟ ପାଇଁ ସହାୟତା ମିଳିବ । ପାନ ଚାଷ ପାଇଁ କିଶାନ କ୍ରେଡିଟ କାର୍ଡ ଜରିଆରେ ବିନାସୁଧରେ ଏକ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ସଂପର୍କରେ ବ୍ୟାପକ ସଚେତନତା ସୃଷ୍ଟି କରାଯିବ ।

Get real time updates directly on you device, subscribe now.