fbpx

ଆଜି ନାମାଙ୍କନପତ୍ର ଦାଖଲର ଶେଷ ଦିନ, ପ୍ରାର୍ଥୀ ପତ୍ର ଦାଖଲ ବେଳେ ପ୍ରବଳ ଜନଗହଳି ହେବାର ଆଶଙ୍କା

ଭୁବନେଶ୍ୱର, (ଭାସ୍କର ନ୍ୟୁଜ୍‌): ଆଜି ନାମାଙ୍କନ ଦାଖଲର ଶେଷ ଦିନ ହେଉଥିବାରୁ ନାମାଙ୍କନ ପତ୍ର ଦାଖଲବେଳେ ପ୍ରବଳ ଜନଗହଳି ହେବାର ଆଶଙ୍କା କରାଯାଉଛି  । ଏହି ମର୍ମରେ ଗୁରୁବାର ନିର୍ବାଚନ କମିଶନ ନାମାଙ୍କନ ପତ୍ର ଦାଖଲ ସମୟରେ ହେଉଥିବା ଭିଡ଼ ନିୟନ୍ତ୍ରଣ ସହ କୋଭିଡ୍‌ -୧୯ ନିର୍ଦ୍ଦେଶାବଳୀର କଡ଼ାକଡ଼ି ଅନୁପାଳନ ନିମନ୍ତେ ରାଜ୍ୟ ପୁଲିସ ମହାନିର୍ଦ୍ଦେଶକଙ୍କୁ ବିହିତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ନିର୍ଦ୍ଦେଶ ଦେଇଛନ୍ତି  । ନିର୍ବାଚନ ବେଳେ କୋଭିଡ୍‌ କଟକଣା କଡ଼ାକଡ଼ି ପାଳନ କରିବାକୁ ଡିଜିିଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନର  ।

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଅଂଶଗ୍ରହଣ ନିମନ୍ତେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାର୍ଥୀ/ପ୍ରାର୍ଥନୀମାନେ ସେମାନଙ୍କର ନାମାଙ୍କନ ପତ୍ର ଦାଖଲ ସମୟରେ କୋଭିଡ୍‌-୧୯ ନିୟମାବଳୀ ଉଲ୍ଲଂଘନ ସହ ପ୍ରବଳ ଜନଗହଳି ହେଉଥିବା ରାଜ୍ୟ ନିର୍ବାଚନ କମିଶନଙ୍କ ନଜରକୁ ଆସିଛି  । ନିର୍ବାଚନ କମିଶନ ଗତ ୧୫ ତାରିଖରେ ଅନୁଷ୍ଠିତ ହୋଇଥିବା ଜିଲ୍ଲାପାଳ-ଆରକ୍ଷୀ ଅଧୀକ୍ଷକ ସମ୍ମିଳନୀରେ ସ୍ପଷ୍ଟ ଭାବେ ଉଲ୍ଲେଖ କରିଥିଲେ ଯେ ଜଣେ ଡି.ଏସ୍‌.ପି ପାହ୍ୟାର ପୁଲିସ ଅଧିକାରୀଙ୍କୁ କୋଭିଡ଼୍‌ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯିବ  । ପ୍ରାର୍ଥୀ/ପ୍ରାର୍ଥୀନୀମାନଙ୍କର ନାମାଙ୍କନ ପତ୍ର ଦାଖଲ ଓ ନିର୍ବାଚନୀ ବୈଠକ ସମୟରେ ହେଉଥିବା ଭିଡ଼କୁ ନିୟନ୍ତ୍ରଣ ସହ କଡ଼ାକଡ଼ି ଭାବେ କୋଭିଡ୍‌-୧୯ ନିୟମାବଳୀର ଅନୁପାଳନ କରାଯିବା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ  ।

Get real time updates directly on you device, subscribe now.