fbpx

ଓଡିଶାରେ ବିଳମ୍ବ ହେବ ପଞ୍ଚାୟତ ନିର୍ବାଚନ, ଜାଣନ୍ତୁ ଏନେଇ କ’ଣ କହିଲେ ନିର୍ବାଚନ କମିଶନଙ୍କ ସଚିବ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ପଞ୍ଚାୟତ ନିର୍ବାଚନ ଆହୁରି ବିଳମ୍ବ ହୋଇପାରେ । ବିଳମ୍ବ ନେଇ ରାଜ୍ୟ ନିର୍ବାଚନ କମିଶନଙ୍କ ସଚିବ ରବୀନ୍ଦ୍ର କୁମାର ସାହୁ ସୂଚନା ଦେଇଛନ୍ତି । ରାଜ୍ୟ ସରକାର ତାଙ୍କ କାମ ସାରିନଥିବାରୁ ପଞ୍ଚାୟତ ନିର୍ବାଚନ ବିଳମ୍ବ ହୋଇପାରେ ବୋଲି ସେ କହିଛନ୍ତି ।

ଏହା ସହ ରବୀନ୍ଦ୍ର କହିଛନ୍ତି ଯେ, ପଞ୍ଚାୟତ ପ୍ରତିନିଧିଙ୍କ କାର୍ଯ୍ୟକାଳ ୨୦୨୨ ମାର୍ଚ୍ଚ ୧୦ରେ ସରିବ । ନିର୍ବାଚନ ପୂର୍ବରୁ ସୀମା ପୁନଃ ନିର୍ଦ୍ଧାରଣ ଓ ସଂରକ୍ଷଣ କାମ ସରିବା କଥା । ଏ ଦୁଇଟି କାମ ସାରିବାକୁ ରାଜ୍ୟ ସରକାରଙ୍କୁ ଆମେ ଚିଠି କରିଛୁ । ଏ ଦୁଇଟି କାର୍ଯ୍ୟ ସରିଲେ କମିଶନ ନିର୍ବାଚନ ପାଇଁ ପଦକ୍ଷେପ ନେବେ । ବର୍ତ୍ତମାନ ସୁଦ୍ଧା ସୀମା ପୁନଃ ନିର୍ଦ୍ଧାରଣ ଓ ସଂରକ୍ଷଣ କାର୍ଯ୍ୟ କରାଯାଇନାହିଁ । ସେ ଦୃଷ୍ଟିରୁ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ବିଳମ୍ବ ହେବାର ସମ୍ଭାବନା ଅଛି ବୋଲି ନିର୍ବାଚନ କମିଶନଙ୍କ ସଚିବ ରବୀନ୍ଦ୍ର କୁମାର ସାହୁ କହିଛନ୍ତି ।

Get real time updates directly on you device, subscribe now.