fbpx

ନିଲମ୍ବିତ ହେଲେ ପଟାଙ୍ଗି ତହସିଲଦାର

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟ ସରକାରଙ୍କ ଦୁର୍ନୀତି ବିରୋଧୀ ଅଭିଯାନ ଜାରି ରହିଛି । ଦୁର୍ନୀତି ଅଭିଯୋଗରେ ରାଜ୍ୟର ୩ ଜଣ ପ୍ରଶାସନିକ ଅଧିକାରୀଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି । ପଟାଙ୍ଗି ତହସିଲର ଉପରେଜିଷ୍ଟ୍ରେସନ କାର୍ଯ୍ୟାଳୟରେ ବ୍ୟାପକ ଆର୍ଥିକ ଅନିୟମିତା ହୋଇଥିବା ଅଭିଯୋଗ ହୋଇଥିଲା । ପଟାଙ୍ଗି ତହସିଲଦାର ହରିପଦ ମଣ୍ଡଳ, ପୂର୍ବତନ ତହସିଲଦାର ତଥା ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅରୁଣ କୁମାର ଖଣ୍ଡା, ଅତିରିକ୍ତ ତହସିଲଦାର ମହାଦେବ ଭତ୍ରାଙ୍କୁ ନିଲମ୍ବିତ କରାଯାଇଥିବା ଜଣାପଡ଼ିଛି । ଆର୍ଥିକ ଅନିୟମିତତା ଅଭିଯୋଗର ପ୍ରମାଣ ମିଳିବା ପରେ ରାଜ୍ୟ ସରକାରଙ୍କ ଅନୁମୋଦନକ୍ରମେ ରାଜସ୍ୱୁ ଓ ବିପର୍ଯ୍ୟୟ ବିଭାଗ ପକ୍ଷରୁ ଏହି ୩ ଅଧିକାରୀଙ୍କୁ ନିଲମ୍ବନ କରାଯାଇଛି ।

Get real time updates directly on you device, subscribe now.