ପୁରୀ: ନୂଆବର୍ଷ ପାଇଁ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀକ୍ଷେତ୍ରରେ ମଧ୍ୟ ରାତ୍ରୀରୁ ଭକ୍ତଙ୍କ ଭିଡ଼ ଲାଗିଛି । ଠେଲାପେଲା ପରିସ୍ଥିତି ଉପୁଜିବା କାରଣରୁ ଶ୍ରଦ୍ଧାଳୁ ବ୍ୟାରିକେଡ୍ ଭାଙ୍ଗିଦେଇଛନ୍ତି ।
ସିଂହଦ୍ୱାର ସମ୍ମୁଖରେ ଥିବା ବ୍ୟାରିକେଡକୁ ଭାଙ୍ଗି ଦେଇଛନ୍ତି ଭକ୍ତ ।
ନୂଆବର୍ଷ ଆରମ୍ଭ ହୋଇସାରିଛି । ନୂଆବର୍ଷ ଉପଲକ୍ଷେ ଶ୍ରଦ୍ଧାଳୁମାନେ ଆନନ୍ଦ ଉଲ୍ଲାସର ସହ ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ଲମ୍ବା ଲାଇନ ଲଗାଇଛନ୍ତି । ଏଥିସହ ଶ୍ରୀମନ୍ଦିରରେ ରାତି ସାରା ଚାଲିଛି ମହାପ୍ରଭୁଙ୍କ ଦର୍ଶନ ।
ନୂଆବର୍ଷରେ ଭିଡ଼ ନିୟନ୍ତ୍ରଣ ପାଇଁ ଶ୍ରୀକ୍ଷେତ୍ରରେ ୬୦ ପ୍ଲାଟୁନ ପୋଲିସ ମୁତୟନ କରାଯାଇଛି । ଭିଡ଼ ପାଇଁ ସିଂହଦ୍ୱାର ଦେଇ ପ୍ରବେଶ ଓ ଅନ୍ୟ ୩ ଦ୍ୱାର ଦେଇ ପ୍ରସ୍ଥାନ ବ୍ୟବସ୍ଥା ଜାରି ରହିଛି । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି ।