fbpx

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ହସ୍ପିଟାଲରେ ମୃତ ଘୋଷଣା କଲେ ଡାକ୍ତର

ଖୋର୍ଦ୍ଧା: ମୁକୁନ୍ଦପ୍ରସାଦରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ କରାଯାଇଥିବା ଘଟଣା ସାମ୍ନାକୁ ଆସିଛି । ଗୁରୁତର ଅବସ୍ଥାରେ ତାଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା କିନ୍ତୁ ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ସୂଚନାରୁ ପ୍ରକାଶ କିଛି ଯୁବକ ଖଣ୍ଡାରେ ତାଙ୍କୁ ଆକ୍ରମଣ କରିଥିଲେ । ତେବେ ଏହା ପଛର ପ୍ରକୃତ କାରଣ ଜଣାପଡ଼ିନାହିଁ । ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି । ଅପରପକ୍ଷରେ ଘଟଣାସ୍ଥଳରେ ପୋଲିସର ତଦନ୍ତ ଜାରି ରହିଛି ।

 

Get real time updates directly on you device, subscribe now.