Fuel Rate: ଛୁଟିଦିନରେ ଜାରି ହେଲା ନୂଆ ତେଲ ଦର, ଜାଣନ୍ତୁ ଆଜିର ପେଟ୍ରୋଲ-ଡିଜେଲ ମୂଲ୍ୟ
ଛୁଟିଦିନରେ ଜାରି ହେଲା ନୂଆ ତେଲ ଦର । ଜାଣନ୍ତୁ ଆଜି ଭୁବନେଶ୍ବରରେ ପେଟ୍ରୋଲ-ଡିଜେଲ ମୂଲ୍ୟ କେତେ ରହିଛି ।
ଭୁବନେଶ୍ବର: ଭାରତରେ ପେଟ୍ରୋଲ ଏବଂ ଡିଜେଲ ଦର ପ୍ରତିଦିନ ସକାଳ ୬ଟାରେ ଅପଡେଟ୍ କରାଯାଏ। ଏଗୁଡ଼ିକର ଦର ଆନ୍ତର୍ଜାତୀୟ ଅଶୋଧିତ ତୈଳ ମୂଲ୍ୟ ଏବଂ ଟଙ୍କା-ଡଲାର ବିନିମୟ ମୂଲ୍ୟ ଉପରେ ନିର୍ଭର କରେ।
ସକାଳ ୬ଟାରେ, ଦେଶର ତୈଳ କମ୍ପାନୀଗୁଡ଼ିକ (OMCs) ସର୍ବଶେଷ ମୂଲ୍ୟ ପ୍ରକାଶ କରନ୍ତି, ଯାହା ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳର ମୂଲ୍ୟରେ ପରିବର୍ତ୍ତନ ଏବଂ ଡଲାର-ଟଙ୍କା ବିନିମୟ ହାର ଉପରେ ଆଧାରିତ।
ତେବେ ପ୍ରମୁଖ ସହର ଗୁଡିକରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ପରିବର୍ତ୍ତନ ହୋଇଛି। କିଛି ସହରରେ ଦାମ ଅପରିବର୍ତ୍ତିତ ରହିଛି। ପ୍ରତିଦିନ ତେଲର ନୂଆ ଦର ନିର୍ଦ୍ଧାରଣ କରାଯାଇଥାଏ।
ଆଉ ସେହି ଅନୁଯାୟୀ ଦେଶ ତଥା ରାଜ୍ୟମାନଙ୍କରେ ତୈଳ ଦର ନିର୍ଦ୍ଧାରଣ କରାଯାଇଥାଏ। ତେବେ ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧ .୧୧ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨.୬୯ ପଇସା ରହିଛି।
ଜାତୀୟ ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୭୭ ପଇସା ଓ ଡିଜେଲ ଦର ୮୭ ଟଙ୍କା ୬୭ ପଇସା ହୋଇଛି। ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୩ ଟଙ୍କା ୫୦ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୦.୦୩ ଟଙ୍କା ରହିଛି।
ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୫.୪୧ ଟଙ୍କା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୦୨ ପଇସା ରହିଛି। ଚେନ୍ନାଇରେ ପେଟ୍ରୋଲ ଦର ୧୦୦ ଟଙ୍କା ୯୩ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୫୨ ପଇସା ରହିଛି।
ପ୍ରତିଦିନ ସକାଳ ୬ଟାରେ ବଦଳେ ତେଲ ଦର…
ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।