ଭୁବନେଶ୍ୱର: ଆଜିଠାରୁ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରି ହୋଇପାରିବ ନାହିଁ। ରାସ୍ତାଘାଟରେ ପ୍ଲାଷ୍ଟିକ୍ ବୋତଲରେ ପେଟ୍ରୋଲ ବିକିଲେ କାର୍ଯ୍ୟାନୁଷ୍ଠାନ।
ପେଟ୍ରୋଲ ପମ୍ପ୍ ସଂଘ ସହ ବୈଠକ ପରେ ଯୋଗାଣ ମନ୍ତ୍ରୀ ସୂଚନା ଦେଇଛନ୍ତି। ବାହାରେ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରି କଲେ କାର୍ଯ୍ୟାନୁଷ୍ଠାନ ନିଆଯିବ। କାଚ ଓ ଟିଣ ବୋତଲରେ ପେଟ୍ରୋଲ ବିକ୍ରି ପାଇଁ ଅନୁମତି ରହିଛି।
ଆଜିଠାରୁ ବିଭିନ୍ନ ପେଟ୍ରୋଲ ପମ୍ପ୍ରେ ଯାଞ୍ଚ ହେବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ସମସ୍ତ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ମନ୍ତ୍ରୀ କହିଛନ୍ତି।