ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଆଜି ପ୍ରକାଶ ପାଇବାକୁ ଯାଉଛି +୨ କଳା ଓ ଧନ୍ଦାମୂଳକ ପରୀକ୍ଷାଫଳ । ଦିନ ଗୋଟାଏରେ ରେଜଲ୍ଟ ପ୍ରକାଶ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ- ସିଏଚଏସଇ ପକ୍ଷରୁ ସୂଚନା ଦିଆଯାଇଛି । ପରୀକ୍ଷାର୍ଥୀମାନେ http://orissaresults.nic.in ୱେସାଇଟରେ ରେଜଲ୍ଟ ଦେଖିପାରିବେ । ତେବେ ୨ ଲକ୍ଷ ୨୧ ହଜାର କଳା ଛାତ୍ରଛାତ୍ରୀଙ୍କ ରେଜଲ୍ଟ ପ୍ରକାଶ ପାଇବ । ୬ ହଜାରରୁ ଅଧିକ ଧନ୍ଦାମୂଳକ ଛାତ୍ରଛାତ୍ରୀଙ୍କ ରେଜଲ୍ଟ ପ୍ରକାଶ ପାଇବ ।
ଉଲ୍ଲେଖଯୋଗ୍ୟ ଯେ, ଜୁଲାଇ ୩୧ ତାରିଖରେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରିକ୍ଷା ଫଳ ବାହାରିଥିଲା । ସେହି ସମୟରେ ଆଉ ୧୫ ଦିନ ମଧ୍ୟରେ କଳା ପରୀକ୍ଷା ଫଳ ପ୍ରକାଶ କରାଯିବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କୁହାଯାଇଥିଲା । ଚଳିତ ବର୍ଷ କଳାରେ ପାସ୍ ହାର ୯୦% ଉପରେ ରହିବ ବୋଲି ପରୀକ୍ଷା ନିୟନ୍ତ୍ରକ ବିଜୟ ସାହୁ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ତେବେ ନିଜ ଫଳାଫଳକୁ ନେଇ ଅସନ୍ତୁଷ୍ଟ ଛାତ୍ରଛାତ୍ରୀଙ୍କ ସଂଖ୍ୟା ବୃଦ୍ଧି ପାଇଲେ ସେମାନଙ୍କ ନିମନ୍ତେ କ’ଣ ପଦକ୍ଷେପ ଗ୍ରହଣ କରାଯିବ, ଅଫ୍ଲାଇନ୍ରେ ପରୀକ୍ଷା କରାଯିବ କି ନାହିଁ ସେ ସମ୍ପର୍କରେ ମଧ୍ୟ ଶନିବାର ସୂଚନା ଦିଆଯାଇପାରେ ।