ବଡ଼ ଖବର: ଏପ୍ରିଲ ୨୮ରୁ ଦ୍ୱାଦଶ (+୨) ବୋର୍ଡ ପରୀକ୍ଷା

ଅଫଲାଇନରେ ହେବ ଯୁକ୍ତ ଦୁଇ ପରୀକ୍ଷା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): +୨ ପରୀକ୍ଷାକୁ ନେଇ ଆସିଛି ବଡ଼ ଖବର । ଏପ୍ରିଲ ୨୮ରୁ ଦ୍ୱାଦଶ (+୨) ବୋର୍ଡ ପରୀକ୍ଷା ଆରମ୍ଭ ହେବ । ୨୮ରୁ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ହେବ । ରାଜ୍ୟରେ ମୋଟ ୩ ଲକ୍ଷ ୨୦ ହଜାର ପିଲା ଅଫଲାଇନରେ ଯୁକ୍ତ ଦୁଇ ପରୀକ୍ଷା ଦେବେ । ଖରାକୁ ଦେଖି ଦୈନିକ ଗୋଟିଏ ସିଟିଂ ପରୀକ୍ଷା କରିବାକୁ ନିଷ୍ପତ୍ତି ନିଆଯାଇଛି । ସକାଳ ୯ଟାରୁ ଦୈନିକ ଗୋଟିଏ ସିଟିଂ ପରୀକ୍ଷା କରାଯିବ । ମହାମାରୀ ପାଇଁ ପରୀକ୍ଷା ବ୍ୟବସ୍ଥାରେ କୋହଳ କରାଯାଇଛି । ନିଜ ଶିକ୍ଷକମାନଙ୍କ ଦ୍ୱାରା ସମସ୍ତ ପ୍ରାକ୍ଟିକାଲ ପରୀକ୍ଷା କରାଯିବ ।

ଛାତ୍ରଛାତୀଙ୍କ ପରୀକ୍ଷା ମୂଲ୍ୟାଙ୍କନ ନେଇ ଦୁଇଟି ସ୍କିମ୍ କରାଯାଇଛି । ପ୍ରଥମ- ବାର୍ଷିକ ପରୀକ୍ଷାରେ ହୋଇଥିବା ପ୍ରଦର୍ଶନ ଭିତ୍ତିରେ ମାର୍କ ମିଳିବ । ଦ୍ୱିତୀୟ- ବାର୍ଷିକ ପରୀକ୍ଷାରେ ୮୦% ଓ କ୍ୱାଟର ଏଣ୍ଡର ୨୦% ଅନୁସାରେ ମାର୍କ ମିଳିବ । ଦୁଇଟି ବ୍ୟବସ୍ଥାରୁ ଯେଉଁଟିରେ ଛାତ୍ରଛାତ୍ରୀଙ୍କର ସର୍ବାଧିକ ପ୍ରତିଶତ ରହିବ, ସେଇଟି ଚୂଡ଼ାନ୍ତ ହେବ ।