fbpx
BSKY SKY
BSKY SKY

ଆଜିଠୁ ଯୁକ୍ତ ୩ ନାମଲେଖା ପାଇଁ ଆବେଦନ, ସେପ୍ଟେମ୍ବର ୪ ତାରିଖ ଯାଏଁ ଚାଲିବ

BSKY

ଭୁବନେଶ୍ୱର (ଭାସ୍କର ନ୍ୟୁଜ୍‌): ଆଜି ଠାରୁ ଯୁକ୍ତ ୩ ନାମଲେଖା ପାଇଁ ଆବେଦନ ଆରମ୍ଭ ହେବ । ସକାଳ ୧୧ଟାରୁ ସେପ୍ଟେମ୍ବର ୪ ତାରିଖ ରାତି ୧୧ଟା ୪୫ ମିନିଟ୍‌ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନେ ଅନଲାଇନ୍‌ ଆବେଦନ କରିାରିବେ । www.dhe.odisha.gov.in  www.sams odisha.gov.in ରେ ଲଗଇନ୍‌ କରି ଆବେଦନ କରିହେବ । ସେପ୍ଟେମ୍ବର ୯ ତାରିଖ ସକାଳ ୧୧ଟାରେ ପ୍ରଥମ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବ । ସେପ୍ଟେମ୍ବର ୯ରୁ ୧୪ ତାରିଖ ରାତି ୧୧ଟା ୪୫ ମିନିଟ୍‌ ଯାଏଁ ଯାଏଁ ସାମ୍ସ ପୋର୍ଟାଲରେ ଅନଲାଇନ୍‌ ଫି ଦାଖଲ କରିପାରିବେ ଛାତ୍ରଛାତ୍ରୀ । ଏହାପରେ ପ୍ରଥମ ପର୍ଯ୍ୟାୟର ଆଡମିଶନ୍‌ ପ୍ରକ୍ରିୟା ସେପ୍ଟେମ୍ବର ୧୬ ତାରିଖରେ ଶେଷ ହେବ ।

ସେହିପରି ସେପ୍ଟେମ୍ବର ୨୧ରେ ଦ୍ୱିତୀୟ ମେରିଟ୍‌ ଲିଷ୍ଟ ପ୍ରକାଶ ପାଇବ । ଦ୍ୱିତୀୟ ମେରିଟ୍‌ ଲିଷ୍ଟରେ ଯେଉଁ ଛାତ୍ରଛାତ୍ରୀମାନଙ୍କ ନାମ ଥିବ, ସେମାନେ ୨୧ରୁ ୨୪ ତାରିଖ ମଧ୍ୟରେ ସାମ୍ସ ପୋର୍ଟାଲ୍‌ ମାଧ୍ୟମରେ ଅନ୍‌ଲାଇନ୍‌ ରେ ଆଡ୍‌ମିଶନ୍‌ ଫି’ ଦାଖଲ କରିବେ।

Get real time updates directly on you device, subscribe now.