fbpx

ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତଦୁଇ କଳା ରେଜଲ୍ଟ: ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା

Advertisement

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ସମସ୍ତ ଛାତ୍ରଛାତ୍ରୀଙ୍କ ଅପେକ୍ଷାର ଅନ୍ତ ଘଟିବାକୁ ଯାଉଛି । ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତଦୁଇ କଳା ରେଜଲ୍ଟ । ଏନେଇ ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚଏସଇ) ପକ୍ଷରୁ ସୂଚନା ଦିଆଯାଇଛି । ଚଳିତ ମାସ ୮ ତାରିଖ ସୁଦ୍ଧା ଯୁକ୍ତ ଦୁଇ କଳା ଫଳାଫଳ ପ୍ରକାଶ ପାଇବ ବୋଲି ପୂର୍ବରୁ ପରୀକ୍ଷା ନିୟନ୍ତ୍ରକଙ୍କ ପକ୍ଷରୁ ସୂଚନା ଦିଆଯାଇଥିଲା । ଆସନ୍ତାକାଲି ଅପରାହ୍ଣ ୪ଟା ସମୟରେ ଯୁକ୍ତଦୁଇ କଳା ରେଜଲ୍ଟ ପ୍ରକାଶ ପାଇବ । ଗତ ମାସ ୩୧ ତାରିଖରେ ଯୁକ୍ତଦୁଇ ବିଜ୍ଞାନ ଓ ବାଣିଜ୍ୟ ଫଳାଫଳ ପ୍ରକାଶ ପାଇଥିଲା ।

ସୂଚନାଯୋଗ୍ୟ ଯେ, ଗତ ମାର୍ଚ୍ଚ ମାସ ପହିଲାରୁ ରାଜ୍ୟରେ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହୋଇଥିଲା । ଏହା ଏପ୍ରିଲ ମାସ ୫ ତାରିଖ ପର୍ଯ୍ୟନ୍ତ ଦୁଇଟି ପର୍ଯ୍ୟାୟରେ ଚାଲିଥିଲା । ଅନ୍ୟପକ୍ଷରେ ପ୍ରାକ୍ଟିକାଲ ପରୀକ୍ଷା ଫେବୃଆରୀ ମାସ ୧ରୁ ଆରମ୍ଭ ହୋଇ ୧୦ରେ ସରିଥିଲା । ଚଳିତ ବର୍ଷ କଳା, ବିଜ୍ଞାନ ଓ ଧନ୍ଦାମୂଳକ ଶିକ୍ଷା ପାଇଁ ୩.୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଫର୍ମପୂରଣ କରିଥିଲେ । କଳା ବିଭାଗରେ ସର୍ବାଧିକ ୨ ଲକ୍ଷ ୩୩ ହଜାର ୮୫୫ ଜଣ ଛାତ୍ରଛାତ୍ରୀ ରହିଥିଲେ ।

ଏହାପରେ ପ୍ରଥମ ପର୍ଯ୍ୟାୟ ଖାତାଦେଖା ଏପ୍ରିଲ ୧୦ରୁ ଆରମ୍ଭ ହୋଇ ୨୨ ପର୍ଯ୍ୟନ୍ତ ଚାଲିଥିଲା । ଏହାପରେ ଦ୍ୱିତୀୟ ପର୍ଯ୍ୟାୟ ଖାତାଦେଖା ଏପ୍ରିଲ ୨୫ରୁ ଆରମ୍ଭ ହୋଇ ମେ’ ୫ ପର୍ଯ୍ୟନ୍ତ ଚାଲିଥିଲା । ଉଭୟ ଅନଲାଇନ୍ ଓ ଅଫଲାଇନରେ ଖାତା ମୂଲ୍ୟାଙ୍କନ କରଯାଇଥିଲା । ଏଥର ଯୁକ୍ତଦୁଇ ବିଜ୍ଞାନ ପାସ ହାର ୮୪.୯୩ ପ୍ରତିଶତ ରହିଥିବା ବେଳେ ବାଣିଜ୍ୟରେ ପାସ ହାର ୮୧.୧୨ ପ୍ରତିଶତ ରହିଥିଲା ।

Get real time updates directly on you device, subscribe now.