fbpx

କୋଭିଡ୍ ହସ୍ପିଟାଲ ଅଗ୍ନିକାଣ୍ଡ ଘଟଣା: ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ, ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ମୁମ୍ବାଇ, ୨୩ା୪ (ଓଡିଶା ଭାସ୍କର): ମୁମ୍ବାଇର ବିଜୟବଲ୍ଲଭ କୋଭିଡ କେୟାର ସେଣ୍ଟରରେ ଘଟିଥିବା ଅଗ୍ନିକାଣ୍ଡର ପୀଡ଼ିତମାନଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସହାୟତା ରାଶି ଘୋଷଣା କରିଛନ୍ତି । ମୃତକଙ୍କ ପରିବାରକୁ ପ୍ରଧାନମନ୍ତ୍ରୀ ୨ ଲକ୍ଷ ଟଙ୍କା ଲେଖାଏଁ ଓ ଗୁରୁତର ରୋଗୀଙ୍କୁ ୫୦ ହଜାର ଟଙ୍କାର ସହାୟତା ଘୋଷଣା କରିଛନ୍ତି । ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠିରୁ ଏହି ସହାୟତା ରାଶି ପ୍ରଦାନ କରାଯିବ । ଅନ୍ୟପକ୍ଷରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଏହି ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ, ମୁମ୍ବାଇର ବିଜୟ ବଲ୍ଲଭ କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟି ୧୩ ଜଣଙ୍କ ମୃତ୍ୟୁ ଘଟିଥିଲା । ଆଇସିୟୁରେ ନିଆଁ ଲାଗି ୧୩ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଥିଲେ । ଗୁରୁତର ଥିବା ଅନ୍ୟ ରୋଗୀମାନଙ୍କୁ ନିକଟସ୍ଥ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଥିଲା ।

Get real time updates directly on you device, subscribe now.