fbpx

ରଥଯାତ୍ରା ପାଇଁ ପ୍ରଧାନମନ୍ତ୍ରୀଙ୍କ ସହ ଫୋନ ଯୋଗେ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୪ା୪(ଓଡ଼ିଶା ଭାସ୍କର): ଆଜି ସକାଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଫୋନ ଯୋଗେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରଥଯାତ୍ରା ସମ୍ପର୍କରେ ଉଭୟ ନେତାଙ୍କ ମଧ୍ୟରେ ଆଲୋଚନା ହୋଇଥିବା ନେଇ ସୂଚନା ରହିଛି । ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ସମ୍ପର୍କରେ ମଧ୍ୟ ପ୍ରଧାନମନ୍ତ୍ରୀଙ୍କୁ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଆଜି ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ବସିବ । ରାଜ୍ୟରେ କରୋନା ମୁକାବିଲା ସ୍ଥିତି ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଛି ।

Get real time updates directly on you device, subscribe now.