fbpx

ନର୍ସ ଡେ ଅବସରରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ, ୧୨ା୫: ଆଜି ହେଉଛି ଅନ୍ତର୍ଜାତୀୟ ନର୍ସ ଡେ । ଏହି ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନର୍ସମାନଙ୍କ ସ୍ୱାସ୍ଥ୍ୟ କ୍ଷେତ୍ରରେ ଅବଦାନକୁ ସମ୍ମାନ ଦେବା ଉଦ୍ଦେଶ୍ୟରେ ଆଜିର ଦିନକୁ ପ୍ରତିବର୍ଷ ନର୍ସ ଡେ ଭାବେ ପାଳନ କରାଯାଉଛି । ବ୍ରିଟେନରେ ଜନ୍ମିତ ମହାନ୍ ନର୍ସ ଫ୍ଲୋରେନ୍ସ ନାଇଟିଙ୍ଗଲଙ୍କ ସ୍ମୃତିରେ ଏହି ଦିବସ ପାଳନ କରାଯାଉଛି ।

ନର୍ସ ଡେ ଅବସରରେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ ସମେତ ଉପରାଷ୍ଟ୍ରପତି ଭେଙ୍କୟା ନାଇଡ଼ୁ, କେନ୍ଦ୍ରମନ୍ତ୍ରୀ ନରେନ୍ଦ୍ର ମୋଦି, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ପ୍ରମୁଖ ସମାଜରେ ସ୍ୱାସ୍ଥ୍ୟରକ୍ଷା କ୍ଷେତ୍ରରେ ନର୍ସଙ୍କ ଅବଦାନ ଅତୁଳନୀୟ ବୋଲି ପ୍ରଶଂସା କରିଛନ୍ତି ।

Get real time updates directly on you device, subscribe now.