fbpx

ଶପଥ ପାଠ ପରେ ପିଏମଓରେ ପ୍ରଧାନମନ୍ତ୍ରୀ, ମୋଦୀଙ୍କ ସହ ଓଡ଼ିଶାର ୩ କେନ୍ଦ୍ରମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Advertisement

ନୂଆଦିଲ୍ଲୀ: ସୋମବାର ନରେନ୍ଦ୍ର ମୋଦୀ କ୍ରମାଗତ ତୃତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିଲେ । ତାଙ୍କ ସମେତ ମୋଟ୍ ୭୨ ଜଣ ମନ୍ତ୍ରୀଙ୍କୁ ଶପଥ ପାଠ କରାଇଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଶପଥ ପାଠ ପରେ ପିଏମଓ ଅଫିସରେ ପହଂଚିଛନ୍ତି ପ୍ରଧାନମନ୍ତ୍ରୀ । ଏଥିମଧ୍ୟରେ ମୋଦୀଙ୍କୁ ସଫଳ କାର୍ଯ୍ୟକାଳ ପାଇଁ ଶୁଭେଚ୍ଛା ଜଣାଇଛନ୍ତି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ‘ଆପଣଙ୍କ ନେତୃତ୍ୱରେ ଦେଶର ବିକାଶ ନୂତନ ଶିଖରରେ ପହଞ୍ଚୁ’ ବୋଲି କହିଛନ୍ତି ନବୀନ ।

ଏହା ସହ ମୋଦୀ କ୍ୟାବିନେଟରେ ଓଡ଼ିଶାର ୩ ଜଣ ସାଂସଦ ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ ଏବଂ ଅଶ୍ୱିନୀ ବୈଷ୍ଣବଙ୍କୁ ଶପଥ ନେବା ପରେ ଅଭିନନ୍ଦନ ଜଣାଇଛନ୍ତି ନବୀନ । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ପୋଷ୍ଟ ଶେୟାର କରି ଦେଶବାସୀ ବିଶେଷକରି ଓଡ଼ିଶାବାସୀଙ୍କ ପାଇଁ ସମ୍ପୃକ୍ତ ମନ୍ତ୍ରଣାଳୟରେ ସଫଳତା କାମନା କରିଛନ୍ତି । କହିରଖୁଛୁ ଧର୍ମେନ୍ଦ୍ର ପ୍ରଧାନ ଲୋକସଭାରୁ ନିର୍ବାଚିତ ହୋଇ ମୋଦୀ ମନ୍ତ୍ରୀମଣ୍ଡଳରେ ସ୍ଥାନ ପାଇଛନ୍ତି । ସେହିପରି ଜୁଏଲ ଓରାମ ସୁନ୍ଦରଗଡ଼ ଲୋକସଭା ଆସନରୁ ନିର୍ବାଚିତ ହୋଇଥିବା ବେଳେ ଅଶ୍ୱିନୀ ବୈଷ୍ଣବ ରାଜ୍ୟସଭାରୁ ନିର୍ବାଚିତ ହୋଇ ମନ୍ତ୍ରୀମଣ୍ଡଳରେ ସାମିଲ ହୋଇଛନ୍ତି ।

 

Get real time updates directly on you device, subscribe now.