fbpx

ଏହି ତାରିଖରେ ଆକାଉଣ୍ଟକୁ ଆସିବ ପିଏମ୍ କିଷାନର ୧୧ତମ କିସ୍ତି: ଜାଣନ୍ତୁ କେମିତି କରିବେ ଚେକ୍

ନୂଆଦିଲ୍ଲୀ: ନୂଆଦିଲ୍ଲୀ: ଚାଷୀଙ୍କ ପାଇଁ ପିଏମ କିଷାନ ଯୋଜନା ଅଧିନରେ ୧୧ମ କିସ୍ତି ଜାରି କରିଛନ୍ତି କେନ୍ଦ୍ର ସରକାର । ସରକାରଙ୍କ ଏହି ଯୋଜନାର ଲାଭ ଦେଶର କୋଟି କୋଟି ଚାଷୀଙ୍କୁ ମିଳିଛି । ୯.୭୫ କୋଟି କୃଷି ପରିବାରର ହିତାଧିକାରୀଙ୍କୁ ଏହା ଜରିଆରେ ୧୯,୫୦୦ କୋଟିରୁ ଅଧିକ ଅର୍ଥ ଟ୍ରାନ୍ସଫର କରାଯିବ । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ କୃଷକ ହିତାଧିକାରୀମାନଙ୍କ ସହିତ ଆଲୋଚନା କରିବା ସହ ଦେଶକୁ ସମ୍ବୋଧିତ କରିବେ ।

ଉଲ୍ଲେଖ୍ୟଯୋଗ୍ୟ ପିଏମ୍‌-କିଷାନ ଯୋଜନା ଅଧିନରେ କୃଷକ ପରିବାରର ଯୋଗ୍ୟ ହିତାଧିକାରୀମାନଙ୍କୁ ପ୍ରତି ବର୍ଷ ୬୦୦୦ ଟଙ୍କା କରି ପ୍ରଦାନ କରାଯାଇଥାଏ । ପ୍ରତ୍ୟେକ ସମାନ ୪ମାସିଆ ତିନିଟି କିସ୍ତିରେ ୨୦୦୦ ଟଙ୍କା କରି ଦିଆଯାଏ । ଏହି ଅର୍ଥ ସିଧାସଳଖ ହିତାଧିକାରୀମାନଙ୍କ ବ୍ୟାଙ୍କ୍ ଆକାଉଂଟକୁ ପଠାଯାଇଥାଏ । ଏହି ଯୋଜନାରେ ୧.୩୮ ଲକ୍ଷ କୋଟି ଟଙ୍କାରୁ ଅଧିକ ସମ୍ମାନ ରାଶି କୃଷକ ପରିବାରଗୁଡିକୁ ପଠାଯାଇଛି ।

Get real time updates directly on you device, subscribe now.