fbpx
BJD SKY
BJD SKY

ପିଏମ କିଷାନ ଚାଷୀଙ୍କ ପାଇଁ ଖୁସିଖବର: e-KYCର ଡେଡଲାଇନ୍ ବଢ଼ାଇଲେ କେନ୍ଦ୍ର ସରକାର, ଜାଣନ୍ତୁ ନୂଆ ତାରିଖ

BJD

ନୂଆଦିଲ୍ଲୀ :ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଅଧିନରେ କେନ୍ଦ୍ର ସରକାର ଦେଶର କୃଷକଙ୍କ ଆକାଉଣ୍ଟକୁ ବାର୍ଷିକ ୬ ହଜାର ଟଙ୍କା ପଠାଉଛନ୍ତି । ପ୍ରତି ୪ ମାସରେ ଚାଷୀଙ୍କ ଆକାଉଣ୍ଟକୁ ୨,୦୦୦ ଟଙ୍କା ଟ୍ୟାନ୍ସଫର କରାଯାଉଛି । ବର୍ତ୍ତମାନ ସୁଦ୍ଧା ଏହି ଯୋଜନାର ୧୦ମ କିସ୍ତି ଚାଷୀଙ୍କ ଆକାଉଣ୍ଟକୁ ଆସିସାରିଛି । ଏହାରି ମଧ୍ୟରେ ପିଏମ କିଷାନ ସମ୍ମାନ ନିଧି ଯୋଜନା ଅଧିନରେ ପଞ୍ଜୀକୃତ ଚାଷୀଙ୍କ ପାଇଁ ଆସିଛି ଖୁସିଖବର । ଏହି ଯୋଜନାର ଲାଭ ପାଇବା ପାଇଁ ବାଧ୍ୟତାମୂଳକ ହୋଇଥିବା e-KYCର ଡେଡଲାଇନ୍ ବଢ଼ାଇଛନ୍ତି କେନ୍ଦ୍ର ସରକାର । ଏବେ ୨୨ ମେ ୨୦୨୨ ସୁଦ୍ଧା e-KYC ପୂରଣ କରିପାରିବେ । ପୂର୍ବରୁ ଏହାର ଡେଡଲାଇନ୍ ୩୧ ମାର୍ଚ୍ଚ ୨୦୨୨ ଥିଲା । ଏହା ସହ ଖୁବଶୀଘ୍ର ଏହି ଯୋଜନାର ୧୧ତମ କିସ୍ତି ଚାଷୀଙ୍କ ଆକାଉଣ୍ଟକୁ ପଠାଯିବ ।

ତେବେ ପିଏମ କିଷାନ ପୋର୍ଟଲରେ କୁହାଯାଇଛି ଯେ, ଆଧାର ଅଧାରିତ ଓଟିପି ପ୍ରାମାଣିକରଣ ପାଇଁ ଚାଷୀମାନଙ୍କୁ Kisan Cornerରେ e-KYC ବିକଳ୍ପ ଉପରେ କ୍ଲିକ୍ କରିବାକୁ ପଡିବ । ବାୟୋମେଟ୍ରିକ ପ୍ରାମାଣିକରଣ ପାଇଁ ନିକଟତମ ସିଏସସି ସେଣ୍ଟର ଯିବାକୁ ପଡିବ । ଏହି କାମ ଘରେ ବସି ମୋବାଇଲ୍, କମ୍ପ୍ୟୁଟର କିମ୍ବା ଲାପଟପ୍ ରୁ ଆପଣ କରିପାରିବେ ।

ଜାଣନ୍ତୁ ଏହାର ପ୍ରୋସେସ୍:-

– ଆଧାର ଆଧାରିତ OTP ପ୍ରାମାଣିକରଣ ପାଇଁ Kisan Cornerରେ ଥିବା ‘e-KYC’ ବିକଳ୍ପ ଉପରେ କ୍ଲିକ୍ କରନ୍ତୁ ।
– ବାୟୋମେଟ୍ରିକ୍ ପ୍ରାମାଣିକରଣ ପାଇଁ ନିକଟତମ ସିଏସସି ସେଣ୍ଟ ସହ ଯୋଗାଯୋଗ କରନ୍ତୁ ।
– ଆପଣ ମୋବାଇଲ୍, ଲାପଟପ୍ କିମ୍ବା କମ୍ପ୍ୟୁଟର ସାହାଯ୍ୟରେ ଏହାକୁ ଘରେ ବସି କରିପାରିବେ ।
– ଏଥିପାଇଁ, ସର୍ବପ୍ରଥମେ ଆପଣ https://pmkisan.gov.in/ପୋର୍ଟାଲକୁ ଯାଆନ୍ତୁ ।
– ଡାହାଣ ପାର୍ଶ୍ୱରେ ଆପଣ ଏହିପରି ଟ୍ୟାବ୍ ମିଳିବ । ସବୁଠାରୁ ଉପରେ e-KYC ଲେଖାଥିବା ମିଳିବ, ଏହା ଉପରେ କ୍ଲିକ କରନ୍ତୁ ।

 

ଲିଷ୍ଟରେ ନିଜ ନାଁ ଦେଖିବାକୁ ଚାଁହୁଥିଲେ ଏପରି କରନ୍ତୁ ଚେକ୍…

– ନାଁ ଚେକ୍ କରିବାକୁ ଆପଣଙ୍କୁ ପ୍ରଥମେ ପିଏମ କିଷାନ ଯୋଜନାର ୱେବସାଇଟ https://pmkisan.gov.inକୁ ଯିବାକୁ ପଡିବ ।

– ଏବେ ଏହାର ହୋମପେଜରେ ଆପଣଙ୍କୁ Farmers Cornerର ଅପସନ୍ ମିଳିବ ।

– Farmers Cornerର ସେକ୍ସନର ଭିତରେ Beneficiaries Listର ଅପସନ୍ ଉପରେ କ୍ଲିକ କରନ୍ତୁ ।

– ଏବେ ଆପଣ ଲିଷ୍ଟରେ ରାଜ୍ୟ, ଜିଲ୍ଲା, ବ୍ଲକ ଓ ଗାଁକୁ ସିଲେକ୍ଟ କରନ୍ତୁ ।

– ପରେ ଆପଣ Get Report ଉପରେ କ୍ଲିକ କରନ୍ତୁ ।

– ଏହା ପରେ ଆବେଦନ କରିଥିବା କୃଷକଙ୍କ ଲିଷ୍ଟ ସାମ୍ନାକୁ ଆସିବ, ଯେଉଁଥିରେ ଆପଣ ନିଜ ନାଁ ଚେକ୍ କରିପାରିବେ ।

Get real time updates directly on you device, subscribe now.