fbpx

ଜମ୍ମୁ-କଶ୍ମୀର ପ୍ରସଙ୍ଗକୁ ନେଇ ଆରମ୍ଭ ହେଲା ପ୍ରଧାନମନ୍ତ୍ରୀଙ୍କ ମହାବୈଠକ

ନୂଆଦିଲ୍ଲୀ: ଜମ୍ମୁ-କଶ୍ମୀର ପ୍ରସଙ୍ଗକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଡକାଯାଇଥିବା ଗୁରୁତ୍ବପୂର୍ଣ୍ଣ ବୈଠକ ଆରମ୍ଭ ହୋଇଯାଇଛି । ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବାସଭବନରେ ମହାବୈଠକ ଜାରି ରହିଛି । ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ଫାରୁକ ଅବଦୁଲ୍ଲା, ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫତୀ, ଉମର ଅବଦୁଲ୍ଲା, ଗୁଲାମ ନବୀ ଆଜାଦ, ରବୀନ୍ଦ୍ର ରୈନା, କବୀନ୍ଦ୍ର ଗୁପ୍ତା, ନିର୍ମଳ ସିଂହ, ଭୀମ ସିଂହଙ୍କ ସମେତ ଅନ୍ୟ ନେତାମାନେ ମଧ୍ୟ ଉପସ୍ଥିତ ଅଛନ୍ତି । ଏହା ସହିତ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ମଧ୍ୟ ଉପସ୍ଥିତ ଅଛନ୍ତି ।

ଅନ୍ୟମାନଙ୍କ ମଧ୍ୟରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, କେନ୍ଦ୍ର ମନ୍ତ୍ରୀ ଜିତେନ୍ଦ୍ର ସିଂହ, ଜାମ୍ମୁ କାଶ୍ମୀର ଉପ-ରାଜ୍ୟପାଳ ମନୋଜ ସିହ୍ନାଙ୍କ ସମେତ ଅନ୍ୟ ନେତାମାନେ ମଧ୍ୟ ଉପସ୍ଥିତ ଅଛନ୍ତି । ପ୍ରଧାନମନ୍ତ୍ରୀ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ପୂର୍ବରୁ ଜମ୍ମୁକଶ୍ମୀରରେ ହାଇ ଆଲର୍ଟ ଜାରି କରାଯାଇଛି । ୪୮ ଘଣ୍ଟା ପାଇଁ ସୁରକ୍ଷା ବ୍ୟବସ୍ଥା ମଧ୍ୟ କଡ଼ାକଡ଼ି କରାଯାଇଛି । ଲାଇନ୍ ଅଫ୍‌ କଣ୍ଟ୍ରୋଲ୍ ରେ ମଧ୍ୟ ନଜର ରଖାଯାଇଛି । ପ୍ରଧାନମନ୍ତ୍ରୀ ମୋଦିଙ୍କ ବୈଠକ ପୂର୍ବରୁ ଗତକାଲି ଅର୍ଥାତ ବୁଧବାର ଆତଙ୍କବାଦୀମାନେ ଆକ୍ରମଣ କରିଥିଲେ ।

Get real time updates directly on you device, subscribe now.