fbpx

ପ୍ରଦୀପ୍ତ, ରଘୁନାଥଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର, ୦୫/୦୫: କରୋନା ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ଏବଂ ପଦ୍ମବିଭୂଷଣ ରଘୁନାଥ ମହାପାତ୍ରଙ୍କ ପରିବାର ଲୋକଙ୍କ ସହ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ପରିବାର ଲୋକଙ୍କ ସହ କଥା ହେବା ସହ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ମୋଦୀ ।
ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ କରୋନାରେ ସଂକ୍ରମିତ ହୋଇ ଭୁବନେଶ୍ୱର ଏମସରେ ଚିକିତ୍ସିତ ହେଉଛନ୍ତି, ତାଙ୍କର ଅବସ୍ଥା ଗୁରୁତର ଥିବା ସୂଚନା ରହିଛି । ତେବେ ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଦୀପ୍ତ ନାଏକଙ୍କ ପତ୍ନୀଙ୍କ ସହ କଥା ହୋଇ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିଛନ୍ତି । ସେପଟେ ରାଜ୍ୟସଭା ସାଂସଦ ତଥା ପଦ୍ମବିଭୂଷଣ ରଘୁନାଥ ମହାପାତ୍ର ମଧ୍ୟ କୋଭିଡରେ ଆକ୍ରାନ୍ତ ହୋଇ ଏମସରେ ଚିକିତ୍ସିତ ହେଊଛନ୍ତି । ତେବେ ମାନ୍ୟବର ପ୍ରଧାନମନ୍ତ୍ରୀ ରଘୁନାଥ ମହାପାତ୍ରଙ୍କ ପୁଅଙ୍କ ସହ କଥା ହୋଇ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିଛନ୍ତି ।

Get real time updates directly on you device, subscribe now.