ବାଲେଶ୍ୱର: ରେଳ ଦୁର୍ଘଟଣାସ୍ଥଳ ପରିଦର୍ଶନ କରିବା ପରେ ବାଲେଶ୍ୱର ମେଡିକାଲ ଯାଇ ଆହତ ମାନଙ୍କୁ ଭେଟିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଏହି ସମୟେର ଅନେକ ଆହତ ମାନଙ୍କ ସହ କଥା ହୋଇ ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ପଚାରି ବୁଝିଥିଲେ ପ୍ରଧାନମନ୍ତ୍ରୀ । ଏତେ ମାତ୍ରାରେ ଆହତ ମାନଙ୍କ କରୁଣ ଚିତ୍ର ଦେଖି ପ୍ରଧାନମନ୍ତ୍ରୀ ନିଜର କୋହକୁ ସମ୍ଭାଳି ପାରି ନଥିଲେ ।
ସମସ୍ତ ଆହତଙ୍କ କଥା ହୋଇ ସେମାନଙ୍କୁ ସାନ୍ତ୍ୱନା ଦେଇଥିଲେ । ପ୍ରଧାନମନ୍ତ୍ରୀଙ୍କ ସହ ଏହି ସମୟରେ ରେଳ ମନ୍ତ୍ରୀ ଅଶ୍ୱନୀ ବୈଷ୍ନବ ଏବଂ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ ଥିଲେ । ଗତକାଲିର ଭୟଙ୍କର ରେଳ ଦୁର୍ଘଟଣା ପରେ ଅନେକ ଯାତ୍ରୀ ଗୁରୁତ୍ତର ଅବସ୍ଥାରେ ବାଲେଶ୍ୱର ମେଡିକାଲରେ ଭର୍ତ୍ତି ହୋଇଥିଲେ ।
#WATCH | Odisha: PM Narendra Modi visits a hospital in Balasore to meet the injured victims of #OdishaTrainTragedy. pic.twitter.com/vP5mlj1lEC
— ANI (@ANI) June 3, 2023