fbpx
BSKY
BJD YOUTH SKY
BJD MS SKY

Video: ବାହାନଗା ରେଳ ଦୁର୍ଘଟଣାସ୍ଥଳରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

 

ବାଲେଶ୍ୱର: ବାହାନଗା ରେଳ ଦୁର୍ଘଟଣାସ୍ଥଳରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବାୟୁସେନା ସ୍ୱତନ୍ତ୍ର ହେଲିକପ୍ଟରରେ ଆସି ଘଟଣାସ୍ଥଳରେ ପହଂଚିଛନ୍ତି। ଦୁର୍ଘଟଣାସ୍ଥଳରେ ସ୍ଥିତି ଅନୁଧ୍ୟାନ ପାଇଁ ଆସି ପହଂଚିଛନ୍ତି ମୋଦି। ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀରୁ ସ୍ବତନ୍ତ୍ର ବିମାନରେ ଭୁବନେଶ୍ବର ନଆସି ପଶ୍ଚିମବଙ୍ଗର ପଶ୍ଚିମ ମେଦିନିପୁର ଜିଲ୍ଲା କଲାଇକୁଣ୍ଡା ଏୟାର‌ ଫୋର୍ସ ଷ୍ଟେସନ୍‌ରେ ପହଞ୍ଚିଥିଲେ। ସେଠାରୁ ସେ ଏକ ବାୟୁସେନାର ହେଲିକପ୍ଟର ଯୋଗେ ବାଲେଶ୍ବର ଜିଲ୍ଲା ବାହାନଗା ନିକଟରେ ଶୁକ୍ରବାର ଘଟିଥିବା ଟ୍ରେନ୍‌ ଦୁର୍ଘଟଣାସ୍ଥଳକୁ ପହଞ୍ଚିଛନ୍ତି।

ପ୍ରଧାନମନ୍ତ୍ରୀ ମୋଦୀ ଟ୍ରେନ୍‌ ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ଡାକ୍ତରଖାନାରେ ଆହତଙ୍କୁ ଭେଟିବେ। ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦୀ ଆଜି ପୂର୍ବାହ୍‌ଣରେ ଟ୍ରେନ୍‌ ଦୁର୍ଘଟଣା ନେଇ ସମୀକ୍ଷା ପାଇଁ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଡାକିଥିଲେ। ଏହି ବୈଠକ‌ରେ ଗୃହମନ୍ତ୍ରୀ ଅମିତ ଶାହଙ୍କ ସମେତ ରେଳବାଇର ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ। ମୋଦୀଙ୍କ ଅଚାନକ ଓଡ଼ିଶା ଗସ୍ତ ପୂର୍ବରୁ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଏବଂ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ପୂର୍ବରୁ ଘଟଣାସ୍ଥଳରେ ଉପସ୍ଥିତ ଅଛନ୍ତି।

Get real time updates directly on you device, subscribe now.