ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଓଡ଼ିଶାର ବାହାନଗାରେ ଘଟିଥିବା ଭୟଙ୍କର ରେଳ ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୨୮୮ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଆହତଙ୍କ ସଂଖ୍ୟା ୧୦୦୦ରେ ପହଞ୍ଚି ଯାଇଛି । ଏବେ ବି ସେଠାରେ ଏନଡିଆରଏଫ ଟିମର ସଦସ୍ୟମାନେ ଉଦ୍ଧାର କାର୍ଯ୍ୟ ଜାରି ରଖିଥିବା ବେଳେ ଆହୁରି ୩ ଘଣ୍ଟା ଏହି କାର୍ଯ୍ୟ ଜାରି ରହିବ ବୋଲି କୁହାଯାଇଛି । ଆହତଙ୍କୁ ବିଭିନ୍ନ ହସ୍ପିଟାଲକୁ ସ୍ଥାନାନ୍ତର କରି ଚିକିତ୍ସା କରାଯାଉଛି ।
ମୃତକଙ୍କ ପାଇଁ କେନ୍ଦ୍ର ସରକାର ୨ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଥିବା ବେଳେ ରେଳ ମନ୍ତ୍ରଣାଳୟ ପକ୍ଷରୁ ୧୦ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରାଯାଇଛି । ଏହା ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ବାହାନଗାର ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ଘଟଣାର ସମୀକ୍ଷା କରିଛନ୍ତି । ତେବେ ଏହା ମଧ୍ୟରେ ପୁଣି ଆସିଛି ଏକ ବଡ଼ ଖବର ।
ସୂଚନା ମୁତାବକ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଆସି ପାରନ୍ତି । ଏ ବାବଦରେ କିଛି ଜାତୀୟ ଗଣମାଧ୍ୟମରେ ଖବର ପ୍ରସାରିତ ହେଉଛି । ମୋଦୀ ବାଲେଶ୍ୱର ଗସ୍ତରେ ଆସି ବାହାନଗାର ଟ୍ରେନ ଦୁର୍ଘଟଣା ସ୍ଥଳ ପରିଦର୍ଶନ କରିବେ । ଏହି ଅବସରରେ ସେ ଦୁର୍ଘଟଣାର ସମୀକ୍ଷା କରିବା ସହିତ ପୀଡ଼ିତଙ୍କ ଦୁଃଖ ବୁଝିବେ । ଏଥିସହିତ ମୋଦୀ କଟକ ଗସ୍ତ କରି ଏସବିସିରେ ଚିକିତ୍ସିତ ହେଉଥିବା ଆହତ ଯାତ୍ରୀଙ୍କ ସହିତ ସମସ୍ୟା ବୁଝିବେ ବୋଲି ଜଣାପଡ଼ିଛି ।