fbpx

ଦେଶ ପାଳୁଛି ୭୬ତମ ସ୍ୱାଧୀନତା ଦିବସ: ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ୭୬ତମ ସ୍ୱାଧୀନତା ଦିବସ । ସ୍ୱାଧୀନତାର ୭୫ବର୍ଷ ପୂର୍ତ୍ତି ଅବସରରେ ଦେଶ ପାଳୁଛି ଆଜାଦୀ କା ଅମୃତ ମହୋତ୍ସବ । ୭୬ତମ ସ୍ୱାଧୀନତା ଦିବସ ଉପଲକ୍ଷେ ରାଜଘାଟରେ ଜାତିର ପିତା ମହାତ୍ମା ଗାନ୍ଧିଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଏହା ପରେ ଲାଲକିଲ୍ଲାରେ ପହଞ୍ଚିଛନ୍ତି ମୋଦୀ । ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସ୍ୱାଗତ ଜଣାଇଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ୩ ସେନା ମୁଖ୍ୟ ମଧ୍ୟ ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ ଜଣାଇଛନ୍ତି । ଏହା ସହ ପତାକା ଉତ୍ତୋଳନ କରିଛନ୍ତି ପ୍ରଧାନମନ୍ତ୍ରୀ। ୭୬ତମ ସ୍ବାଧୀନତା ଦିବସ ଅବସରରେ ଦେଶବାସୀଙ୍କୁ ଟ୍ବିଟ୍ ଯୋଗେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।

Get real time updates directly on you device, subscribe now.