fbpx
BSKY
BJD SHG SKY
BJD YOUTH SKY

ମାର୍ଚ୍ଚ ୫ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ: ବିଜେପି ସହ-ପ୍ରଭାରୀଙ୍କ ସୂଚନା

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ମାର୍ଚ୍ଚ ୫ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହି ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ରାଜ୍ୟର କିଛି କାର୍ଯ୍ୟକ୍ରମରେ ସାମିଲ ହେବେ । ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ନେଇ ବିଜେପି ସହ-ପ୍ରଭାରୀ ଲତା ଉସେଣ୍ଡି ସୂଚନା ଦେଇଛନ୍ତି । ଚଣ୍ଡିଖୋଲ ଠାରେ ପ୍ରଧାନମନ୍ତ୍ରୀଙ୍କର କାର୍ଯ୍ୟକ୍ରମ ରହିଛି । ଆଗକୁ ଲୋକସଭା ନିର୍ବାଚନ ଥିବାରୁ ପ୍ରଧାନମନ୍ତ୍ରୀଙ୍କ ଏହି କାର୍ଯ୍ୟକ୍ରମ ରାଜ୍ୟ ବିଜେପି ପାଇଁ ବେଶ୍ ଗୁରୁତ୍ୱ ବହନ କରୁଛି । ଏହି ଅବସରରେ ସେ ଦଳୀୟ କର୍ମୀଙ୍କୁ କିଛି ଗୁରୁମନ୍ତ୍ର ଦେଇପାରନ୍ତି ।

ପ୍ରଧାନମନ୍ତ୍ରୀ ଚଣ୍ଡିଖୋଲ ଗସ୍ତରେ ଆସି କଛି ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ । ଏହି ଅବସରରେ ସେ ଚଣ୍ଡିଖୋଲ-ପାରାଦୀପ ୫୩ନଂ ଜାତୀୟ ରାଜପଥ ଓ କିଛି ପ୍ରକଳ୍ପର ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି । ଏହି ଅବସରରେ ବେଣାପୁର ପଡ଼ିଆରେ ଅନୁଷ୍ଠିତ ହେବାକୁ ଥିବା ଏକ ସାଧାରଣ ସଭାକୁ ମୋଦୀ ଉଦବୋଧନ ଦେବେ । ପ୍ରଧାନମନ୍ତ୍ରୀଙ୍କୁ ଗସ୍ତ ପୂର୍ବରୁ ରାଜ୍ୟ ବିଜେପିରେ ଉତ୍ସାହ ପରିଲକ୍ଷିତ ହୋଇଥିବା ବେଳେ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶାସନିକ ଅଧିକାରୀମାନେ ତଦାରଖ କରିଛନ୍ତି ।

Get real time updates directly on you device, subscribe now.