fbpx

ଜମ୍ମୁ-କଶ୍ମୀରରେ ଲଗାତାର ଆତଙ୍କବାଦୀ ଆକ୍ରମଣକୁ ନେଇ ପ୍ରଧାନମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ

ଜମ୍ମୁ-କଶ୍ମୀର: ଜମ୍ମୁ-କଶ୍ମୀରରେ କ୍ରମାଗତ ଭାବେ ବଢୁଥିବା ଆତଙ୍କବାଦୀ ଆକ୍ରମଣକୁ ନେଇ ଚିନ୍ତିତ କେନ୍ଦ୍ର ସରକାର ନିର୍ଣ୍ଣାୟକ ପଦକ୍ଷେପ ନେବାକୁ ନିଷ୍ପତ୍ତି ନେଇଛନ୍ତି । ଗତ ୪ ଦିନ ମଧ୍ୟରେ ୪ଟି ହୃଦୟ ବିଦାରକ ଆତଙ୍କୀ ଘଟଣା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏକ ଉଚ୍ଚସ୍ତରୀୟ ବୈଠକ କରି ଆଣ୍ଟି ଟେରରିଷ୍ଟ ସ୍କ୍ୱାଡ୍କୁ ଆହୁରି ସକ୍ରିୟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ପ୍ରଧାନମନ୍ତ୍ରୀଙ୍କ ବୈଠକରେ ଦେଶର ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ମଧ୍ୟ ଉପସ୍ଥିତ ଥିଲେ ।

ପ୍ରଧାନମନ୍ତ୍ରୀ ମୋଦୀ ଏକ ଉଚ୍ଚସ୍ତରୀୟ ବୈଠକରେ ଗୃହମନ୍ତ୍ରୀ ଅମିତ ଶାହ, ଅଜିତ ଡୋଭାଲ ଏବଂ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ସମଗ୍ର ସୂଚନା ଦେଇଛନ୍ତି । ବୈଠକ ପରେ ସେ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍ଏସ୍ଏ) ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନଙ୍କୁ ଦେଶର ଆତଙ୍କବାଦ ନିରୋଧୀ କ୍ଷମତାକୁ ସମ୍ପୂର୍ଣ୍ଣ ସକ୍ରିୟ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଏହାପରେ ସେ ଅମିତ ଶାହା ଓ ଉପରାଜ୍ୟପାଳ ମନୋଜ ସିହ୍ନାଙ୍କ ସହ ରଣନୀତି ଓ ପରବର୍ତ୍ତୀ ପଦକ୍ଷେପ ସମ୍ପର୍କରେ ଆଲୋଚନା କରିଥିଲେ । ଆତଙ୍କବାଦକୁ ତୁରନ୍ତ ଶେଷ କରିବାର ଏକମାତ୍ର ଉପାୟ ହେଉଛି ଆତଙ୍କବାଦ ବିରୋଧୀ ଅଭିଯାନ ବୋଲି ସେ କହିଛନ୍ତି ।

Get real time updates directly on you device, subscribe now.