fbpx

ଓଡ଼ିଶାର ୩୪ ଜଣଙ୍କୁ ମିଳିଲା ପୋଲିସ ମେଡାଲ

ଭୁବନେଶ୍ୱର: ସାଧାରଣତନ୍ତ୍ର ଦିବସ ଅବସରରେ ଲୋକସେବା କନଭେନସନ ସେଣ୍ଟରରେ ଆୟୋଜିତ ହୋଇଯାଇଛି ରାଜ୍ୟସ୍ତରୀୟ ପୋଲିସ ମେଡାଲ ପ୍ରଦାନ ଉତ୍ସବ । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ସମ୍ମାନିତ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇଥିଲେ।

କର୍ମକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇଁ ରାଜ୍ୟର ୩୪ ପୋଲିସ ସମ୍ମାନିତ ହୋଇଛନ୍ତି । ଚନ୍ଦକା ଏସଓଜିର ୨ ଜଣ କମାଣ୍ଡୋଙ୍କୁ ମିଳିଛି ସାହାସିକତା ପୁରସ୍କାର । ଏସଓଜି କମାଣ୍ଡୋ କୁମାର କର୍ମି ଓ ପୀତବାସ ପାଣ୍ଡେ ପୁରସ୍କୃତ ହୋଇଛନ୍ତି । ଟ୍ୱିନସିଟି କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ରାଷ୍ଟ୍ରପତି ପୋଲିସ ମେଡାଲ ଦିଆଯାଇଛି । ୭ଟି କାଟାଗୋରୀରେ ୨୦ ଜଣଙ୍କୁ ରାଜ୍ୟପାଳ ମେଡାଲ ପ୍ରଦାନ କରାଯାଇଛି ।

ଏହା ସହିତ ସିକ୍ୟୁରିଟି ୱିଙ୍ଗୋ ଏସପି ସରୋଜ ମହାପାତ୍ରଙ୍କୁ ରାଷ୍ଟ୍ରପତି ପୋଲିସ ମେଡାଲ ଦିଆଯାଇଛି । ଉଲ୍ଲେଖନୀୟ ସେବା ପାଇଁ ୧୦ ଜଣ ପୋଲିସ ପୁରସ୍କୃତ ହୋଇଛନ୍ତି । ସେମାନେ ହେଲେ ଭିଜିଲାନ୍ସ ଅତିରିକ୍ତ ଏସପି ପ୍ରକାଶ କୁମାର ନାୟକ, ବିଜୁ ପଟ୍ଟନାୟକ ପୋଲିସ ଏକାଡେମୀ ଡିଏସପି ଗୁରୁ ପ୍ରସାଦ ଶିବ ଶଙ୍କର ନନ୍ଦ, ରାଉରକେଲା ଡିଏସପି ବନିତା ମାଝୀ , କ୍ରାଇମବ୍ରାଞ୍ଚ ଏସଆଇ ଏନ. ତ୍ରିନାଥ ଦୋରା, ସମ୍ବଲପୁର ସ୍ପେଶାଲ ସ୍କ୍ବାଡ ଏଏସଆଇ ମହମ୍ମଦ ଜାହାଙ୍ଗୀର , ଝାରସୁଗୁଡା ବାଟାଲିୟନ ହାବିଲଦାର ବିଷ୍ଣୁ କୁମାର ବୁରା, ଅନୁଗୁଳର ହାବିଲଦାର ହୃଷିକେଶ ବାରିକ, କୋରାପୁଟ ଏସଓଜିର ବସନ୍ତ କୁମାର ଡାକୁଆ, ରାଉରକେଲା ଡିଏଫଏସ୍ଏଲର କନଷ୍ଟେବଲ ଅଞ୍ଜନ ମହାନ୍ତି ଓ କୋରାପୁଟ ତୃତୀୟ ବାଟାଲିୟନର ପ୍ରଶାନ୍ତ ପରିଡା।

Get real time updates directly on you device, subscribe now.