fbpx

ଦେଶରେ ବଢ଼ିଲା ମୃତ୍ୟୁ: ପୁଣି ପଜିଟିଭଙ୍କ ସଂଖ୍ୟା ୨ ଲକ୍ଷ ଟପିଲା

Advertisement

ନୂଆଦିଲ୍ଲୀ : ଦେଶରେ କରୋନା ପୁଣି ବୃଦ୍ଧି ପାଇଥିବା ଦେଖାଯାଇଛି । ଉଭୟ ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ଗତକାଲି ଅପେକ୍ଷା ବୃଦ୍ଧି ପାଇଥିବା ଜଣାପଡ଼ିଛି । ତେବେ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୪୧୫୭ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୧୧ ହଜାର ୩୮୮କୁ ବୃଦ୍ଧି ପାଇଛି । ଦିନକରେ ୨ ଲକ୍ଷ ୮ ହଜାର ୯୨୧ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୭୧ ଲକ୍ଷ ୫୭ ହଜାର ୭୫୯କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୪ ଲକ୍ଷ ୯୫ ହଜାର ୫୯୧ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୨ କୋଟି ୪୩ ଲକ୍ଷ ୫୦ ହଜାର ୮୧୬ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୨୦ କୋଟି ୬ ଲକ୍ଷ ୬୨ ହଜାର ୪୫୬ଜଣଙ୍କୁ ଟିକା ପ୍ରଦାନ କରାଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.