fbpx

ଦେଶରେ ୪ ଲକ୍ଷ ତଳକୁ ଖସିଲା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୧୦ା୫ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଗତକାଲି ଅପେକ୍ଷା ସାମାନ୍ୟ ହ୍ରାସ ପାଇଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୩୭୫୪ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୪୬ ହଜାର ୧୧୬କୁ ବୃଦ୍ଧି ପାଇଛି । ଦିନକରେ ୩ ଲକ୍ଷ ୬୬ ହଜାର ୧୬୧ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୨୬ ଲକ୍ଷ ୬୨ ହଜାର ୫୭୫କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୭ ଲକ୍ଷ ୪୫ ହଜାର ୨୩୭୮ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୮୬ ଲକ୍ଷ ୭୧ ହଜାର ୨୨୨ରେ ପହଞ୍ଚିଛି । ୧୭ କୋଟି ୧ ଲକ୍ଷ ୭୬ ହଜାର ୬୦୩ ଜଣ ବର୍ତ୍ତମାନ ସୁଦ୍ଧା ଟିକା ନେଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.