ଅବଦୁଲ କଲାମ କ୍ଷେପଣାସ୍ତ୍ର କେନ୍ଦ୍ରରୁ ସ୍ୱଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ‘ପ୍ରଳୟ’ର ବ୍ୟବହାରିକ ପରୀକ୍ଷଣ

ଭୁବନେଶ୍ୱର: ବାଲେଶ୍ୱର ଜିଲ୍ଲା ଚାନ୍ଦିପୁର ସମନ୍ୱିତ କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ର ଅଧିନସ୍ଥ ଧାମରାସ୍ଥିତ ଅବଦୁଲ କଲାମ କ୍ଷେପଣାସ୍ତ୍ର ପରୀକ୍ଷଣ କେନ୍ଦ୍ରରୁ ଆଜିସକାଳେ ସ୍ୱଳ୍ପ ଦୂରଗାମୀ କ୍ଷେପଣାସ୍ତ୍ର ‘ପ୍ରଳୟ’ର ବ୍ୟବହାରିକ ପରୀକ୍ଷଣ ହୋଇଛି । ସମ୍ପୂର୍ଣ୍ଣ ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ଭୂପୃଷ୍ଠରୁ ଭୂପୃଷ୍ଠକୁ ନିକ୍ଷେପ କରିପାରୁଥିବା ଏହି ବିଧ୍ୱଂସକାରୀ କ୍ଷେପଣାସ୍ତ୍ରର ଲକ୍ଷ୍ୟଭେଦ କ୍ଷମତା ୩୫୦ରୁ ୫୦୦ କିଲୋମିଟର ମଧ୍ୟରେ ରହିଛି । ଏହାର ଓଜନ ୫ ଟନ୍‍ ରହିଛି । ଏହାର ୮୦୦ କିଲୋଗ୍ରାମ ପର୍ଯ୍ୟନ୍ତ ଆଣବିକ ଓ ପାରମ୍ପରିକ ଯୁଦ୍ଧାସ୍ତ୍ର ବହନ କରିବାର କ୍ଷମତା ରହିଛି ।

Get real time updates directly on you device, subscribe now.