fbpx

ପ୍ରଦୀପ ପାଣିଗ୍ରାହୀଙ୍କୁ ଜାମିନ

ଭୁବନେଶ୍ୱର,୨୪ ।୨(ଓଡିଶା ଭାସ୍କର): ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ । କ୍ରାଇମବ୍ରାଞ୍ଚ ପକ୍ଷରୁ ହୋଇଥିବା ମାମଲାରେ ପ୍ରଦୀପଙ୍କୁ ଜାମିନ ପ୍ରଦାନ କରିଛନ୍ତି ହାଇକୋର୍ଟ । ୨୦ ଲକ୍ଷ ଟଙ୍କାର ନଗଦ ଜମା, ୨ ଜଣ ଜାମିନଦାରଙ୍କ ବଦଳରେ ପ୍ରଦୀପଙ୍କୁ ଜାମିନ ମିଳିଛି ।

ତେବେ ବିଧାୟକ ପ୍ରଦୀପ ପାଣିଗ୍ରାହୀ ଏବେ ଝାରପଡା ଜେଲରେ ଅଛନ୍ତି । ଭିଜିଲାନ୍ସ ମାମଲା ରହିଥିବାରୁ ଜେଲରେ ରହିବେ ପ୍ରଦୀପ ପାଣିଗ୍ରାହୀ ।

Get real time updates directly on you device, subscribe now.