fbpx

ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ମିଳିଲା ଜାମିନ୍

ଭୁବନେଶ୍ୱରୁ, (ଓଡିଶା ଭାସ୍କର): ଠକେଇ ମାମଲାରେ ଗିରଫ ହୋଇ ଜେଲରେ ଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ୍ ମିଳିଛି । ଟାଟା କମ୍ପାନୀରେ ଚାକିରି କରାଇଦେବା ନାଁରେ ଠକେଇ ମାମଲାରେ ସେ ଜାମିନ ପାଇଛନ୍ତି । ୫ ଲକ୍ଷ ଟଙ୍କା ଜମା ଓ ୨ ଲକ୍ଷ ଲେଖାଏଁ ଦୁଇ ଜାମିନଦାରଙ୍କ ବଦଳରେ ତାଙ୍କୁ ଜାମିନ ପ୍ରଦାନ କରାଯାଇଛି । ତେବେ ତଦନ୍ତରେ ସହଯୋଗ କରିବା ସହ ସାକ୍ଷୀଙ୍କୁ ପ୍ରଭାବିତ ନ କରିବାକୁ ହାଇକୋର୍ଟ ପ୍ରଦୀପଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ମାମଲା ସମ୍ପର୍କରେ ଗଣମାଧ୍ୟମକୁ ବିବୃତ୍ତି ନ ଦେବାକୁ ହାଇକୋର୍ଟ ତାଗିଦ୍ କରିଥିବା ଜଣାପଡ଼ିଛି ।

Get real time updates directly on you device, subscribe now.