fbpx

ବଡ଼ ଖବର: ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ନିୟମିତ ବେଲ୍‌

Advertisement

ଭୁବନେଶ୍ୱର: ପ୍ରଶାନ୍ତ ଜଗଦ୍ଦେବଙ୍କୁ ନିୟମିତ ଭାବେ ବେଲ୍ ମିଳିଛି । ଏନେଇ ସୂଚନା ଦେଲେ ଜଗଦ୍ଦେବଙ୍କ ଓକିଲ ପୀତାମ୍ବର ଆଚାର୍ଯ୍ୟ । ଇଭିଏମ ଭଙ୍ଗାରୁଜା ଅଭିଯୋଗରେ ଗିରଫ ହୋଇଥିଲେ । ଏହା ପୂର୍ବରୁ ତାଙ୍କୁ ୩ ଦିନ ପାଇଁ ଅନ୍ତରୀଣ ଜାମିନ ମିଳିଥିଲା । ତେବେ ପ୍ରଶାନ୍ତଙ୍କୁ ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି । ନିମ୍ନ ଅଦାଲତ ସର୍ତ୍ତ ସ୍ଥିର କରିବେ । ପୋଲିଂ ବୁଥରେ ଗଣ୍ଡଗୋଳ ମାମଲାରେ ତାଙ୍କୁ ଗିରଫ କରାଯାଇଥିଲା । ଏହାପରେ ପ୍ରଶାନ୍ତ ଜଗଦ୍ଦେବଙ୍କୁ ୩ ଦିନ ପାଇଁ ଅନ୍ତରୀଣ ଜାମିନ ମିଳିଥିଲା । ତେବେ ବର୍ତ୍ତମାନ ତାଙ୍କୁ ନିୟମିତ ଜାମିନ ମିଳିଛି ବୋଲି ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ ସୂଚନା ଦେଇଛନ୍ତି ।

ସୂଚନାଯୋଗ୍ୟ ଚଳିତ ସାଧାରଣ ନିର୍ବାଚନରେ ଖୋର୍ଦ୍ଧାରୁ ବିଜେପିର ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବ ମେ ୨୫ ତାରିଖରେ ବୋଲଗଡ଼ର ଏକ ବୁଥରେ ପଶି ଇଭିଏମ ଭଙ୍ଗାରୁଜା କରିଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା। ଏହି ଆଧାରରେ ପ୍ରଶାନ୍ତ ଜଗଦ୍ଦେବଙ୍କୁ ପୁଲିସ ଗିରଫ କରିଥିଲା। ପ୍ରଶାନ୍ତ ଜଗଦ୍ଦେବଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ନଥିବାରୁ ତାଙ୍କୁ କଟକ ବଡ଼ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Get real time updates directly on you device, subscribe now.