fbpx

ଖାରଜ ହେଲା ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ୍ ଆବେଦନ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ଗିରଫ ହୋଇଥିବା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ୍ ଆବେଦନ ଖାରଜ ହୋଇଛି । ଜାମିନ ଖାରଜ କରିଛନ୍ତି ବାଣପୁର ଆସିଷ୍ଟାଣ୍ଟ ସେସସ୍ ଜଜ୍ । ଲୋକ ଓ ପୋଲିସଙ୍କ ଉପରେ ଗାଡ଼ି ମଡ଼ାଇବା ମାମଲାରେ ଜାମିନ୍ ଆବେଦନ ଖାରଜ ହୋଇଥିବା ଜଣାପଡିଛି । ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ଗଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ।

ତେବେ ଗତ ୧୨ ତାରିଖରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ କାର୍ଯ୍ୟାଳୟ ସାମ୍ନାରେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବିଜେପି କର୍ମୀମାନଙ୍କର ଏକ ଶୋଭାଯାତ୍ରା ଚାଲିଥିବା ସମୟରେ ତାଙ୍କ ଚାରିଚକିଆ ଗାଡ଼ିକୁ ଭିଡ଼ ଭିତରକୁ ପୁରାଇ ଦେଇଥିଲେ। ଏହି ଘଟଣାରେ କିଛି ବିଜେପି କର୍ମୀଙ୍କ ସମେତ ମୋଟ ୨୫ ଜଣ ଆହତ ହୋଇଥିଲେ। ତେବେ ଏହି ଘଟଣା ପରେ ଉତ୍ତ୍ୟକ୍ତ ଜନତା ବିଧାୟକଙ୍କୁ ନିସ୍ତୁକ ମାଡ଼ ମାରିଥିଲେ। ସର୍ବସାଧାରଣଙ୍କ ଦ୍ବାରା ନିସ୍ତୁକ ମାଡ଼ ଖାଇବା ପରେ ବିଧାୟକ ଲହୁଲୁହାଣ ହୋଇଯାଇଥିଲେ। ତାଙ୍କୁ ମଧ୍ୟ ଗୁରତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଲୋକେ ତାଙ୍କ ଗାଡ଼ିକୁ ବାଡ଼େଇ ଭାଙ୍ଗିଦେଇଥିଲେ। ବାଣପୁର ଓ ଏହାର ନିକଟ ଅଞ୍ଚଳରେ ମାର୍ଚ୍ଚ ୧୨ ତାରିଖ ଦିନ ତମାମ ଉତ୍ତେଜନା ଦେଖାଯାଇଥିଲା। ପରିସ୍ଥିତି ଅନିୟନ୍ତ୍ରିତ ହୋଇଥିବାରୁ ପୋଲିସ ୧୪୪ ଧାରା ଲାଗୁ କରିଥିଲା।

Get real time updates directly on you device, subscribe now.