fbpx

ପ୍ରାକ୍ ନିର୍ବାଚନୀ ହିଂସା; ତୁରନ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ଜିଲ୍ଲାପାଳ ଏବଂ ଏସପିଙ୍କୁ ନିର୍ଦ୍ଦେଶ ଦେଲେ CEO

Advertisement

ଖଲ୍ଲିକୋଟ: ଖଲ୍ଲିକୋଟରେ ନିର୍ବାଚନୀ ହିଂସାକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ । ଗଞ୍ଜାମରେ ପ୍ରାକ୍ ନିର୍ବାଚନୀ ହିଂସା ରୋକିବାକୁ ଗଞ୍ଜାମ ଜିଲ୍ଲାପାଳ ଏବଂ ଏସପିଙ୍କୁ ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ । ରାଜ୍ୟରେ ନିର୍ବାଚନୀ ହିଂସାକୁ ବରଦାସ୍ତ କରାଯିବନି ବୋଲି କହିଛନ୍ତି ସିଇଓ ।

ନିକଟରେ ଖଲ୍ଲିକୋଟରେ ନିର୍ବାଚନୀ ହିଂସାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଥିଲା । ପୋଷ୍ଟର ମାରିବାକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ । ଫଳରେ ଉଭୟ ପକ୍ଷର ୭ ଜଣ ଆହତ ହୋଇଥିବା ବେଳେ ଜଣଙ୍କ ମୃତ୍ୟୁ ହୋଇଥିଲା । ଏହି ଘଟଣା ବର୍ତ୍ତମାନ ଚର୍ଚ୍ଚାର ବିଷୟ ପାଲଟିଛି ।

Get real time updates directly on you device, subscribe now.