fbpx

ଓଡିଶାରୁ ଦିଲ୍ଲୀ ଫେରିଗଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଓଡିଶା ଭାସ୍କର: ଭୁବନେଶ୍ୱରରୁ ଦିଲ୍ଲୀ ବାହାରିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାୟୁ ସେନାର ଏକ ସ୍ୱତନ୍ତ୍ର ବିମାନ ଯୋଗେ ସେ ଭୁବନେଶ୍ୱର ବିମାନ ବନ୍ଦରରୁ ଦିଲ୍ଲୀ ଫେରିଛନ୍ତି।

ସୂଚନା ଥାଉକି, ପାରାଦୀପ ବୋଇତ ବନ୍ଦାଣ ଉତ୍ସବରେ ଯୋଗ ଦେବା ପାଇଁ ଗତକାଲି ସନ୍ଧ୍ୟାରେ ରାଷ୍ଟ୍ରପତି ଓଡିଶା ଆସିଥିଲେ। ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ମାତ୍ରେ ଓଡିଶା ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଭୁବନେଶ୍ୱର ମେୟର ସୁଲୋଚନା ଦାସ ପ୍ରମୁଖ ତାଙ୍କୁ ସ୍ୱାଗତ ଜଣାଇଥିଲେ। ତେବେ ଆଜି ପୂର୍ବାହ୍ନରେ ପାରାଦୀପ ବନ୍ଦର କର୍ତ୍ତୃପକ୍ଷଙ୍କ ଦ୍ୱାରା ଆୟୋଜିତ ହୋଇଥିବା ବୋଇତ ବନ୍ଦାଣ ଉତ୍ସବରେ ସେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଏହା ପରେ ସେ ପାରାଦୀପରୁ ରାଜଧାନୀ ଭୁବନେଶ୍ୱର ଫେରିଥିଲେ। ଶେଷରେ ନିଜର ଦୁଇ ଦିନିଆ ଗସ୍ତ ସାରି ପୁଣି ମହାମହିମ ଦିଲ୍ଲୀ ଫେରିଯାଇଛନ୍ତି ।

Get real time updates directly on you device, subscribe now.