fbpx

ଆସନ୍ତା ମାସରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ବାରିପଦା MSCB ୟୁନିଭର୍ସିଟି ସମାବର୍ତ୍ତନ ଉତ୍ସବରେ ଯୋଗଦେବେ

ଭୁବନେଶ୍ୱର: ଆସନ୍ତା ମାସରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ମେ’୯ରେ ଆସି ରାଷ୍ଟ୍ରପତି ବାରିପଦା MSCB ୟୁନିଭର୍ସିଟି ଦ୍ୱାଦଶ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। ଏନେଇ ୟୁନିଭର୍ସିଟି ଭିସିଙ୍କୁ ରାଷ୍ଟ୍ରପତିଙ୍କ ପ୍ରାଇଭେଟ ସେକ୍ରେଟାରୀ ଚିଠି କରିଛନ୍ତି। ରାଷ୍ଟ୍ରପତି ହେବା ପରେ ଦ୍ରୌପଦୀ ମୁର୍ମୁଙ୍କ ଏହା ପ୍ରଥମ ବାରିପଦା ଗସ୍ତ, ଅର୍ଥାତ ରାଷ୍ଟ୍ରପତି ହେବା ପରେ ସେ ପ୍ରଥମ ଥର ପାଇଁ ନିଜ ଜନ୍ମଭୂମିକୁ ଆସିବେ। ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ହେବା ପରେ ଦ୍ରୌପଦୀ ମୁର୍ମୁ ଦୁଇଥର ଓଡ଼ିଶା ଆସିଥିଲେ ମଧ୍ୟ ପ୍ରଥମ ଥର ପାଇଁ ରାଷ୍ଟ୍ରପତି ଭାବେ ମୟୁରଭଞ୍ଜ ଆସୁଛନ୍ତି।

ଏହା ପୂର୍ବରୁ ଫେବୃଆରୀ ମାସରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିଥିଲେ। ଏହି ଗସ୍ତରେ ସେ ଉତ୍କଳ ମଣ୍ଡପଠାରେ ଜ୍ଞାନପ୍ରଭା ମିଶନର ପ୍ରତିଷ୍ଠା ଦିବସରେ ଯୋଗଦାନ କରିଥିଲେ ପରେ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଦ୍ୱିତୀୟ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇଥିଲେ।

ଏହାପରେ ୧୧ ତାରିଖ ସକାଳେ ରାଷ୍ଟ୍ରପତି ଶ୍ରୀଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କ ଦର୍ଶନ ସାରି ପୂର୍ବାହ୍ମରେ କଟକ ବିଦ୍ୟାଧରପୁର ସ୍ଥିତ ଭାରତୀୟ କୃଷି ଗବେଷଣା ପରିଷଦ ଅଧିନସ୍ଥ ରାଷ୍ଟ୍ରୀୟ ଧାନ ଗବେଷଣା ପ୍ରତିଷ୍ଠାନରେ ହେବାକୁ ଥିବା ଦ୍ୱିତୀୟ ଜାତୀୟ ଧାନ କଂଗ୍ରେସ ସମ୍ମିଳନୀକୁ ଉଦ୍‍ଘାଟନ କରିଥିଲେ।

Get real time updates directly on you device, subscribe now.