fbpx

ବାଣୀବିହାରରେ ରାଷ୍ଟ୍ରପତି

ଭୁବନେଶ୍ୱର,୮ା୧୨(ଓଡ଼ିଶା ଭାସ୍କର): ଖୋର୍ଦ୍ଧା ବରୁଣେଇରେ ପାଇକ ବିଦ୍ରୋହ ସ୍ମାରକୀର ଶିଳାନ୍ୟାସ କରିବା ପରେ ଏବେ ବାଣୀବିହାର ଉତ୍କଳ ବିଶ୍ୱବିଦ୍ୟାଳୟରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ପହଞ୍ଚିଛନ୍ତି । ସେଠାରେ ପ୍ଲାଟିନମ ଜୁବୁଲି ଉଦଯାପନୀ ଉତ୍ସବର ସମାରୋହରେ ଯୋଗ ଦେଇଛନ୍ତି । ପ୍ଲାଟିନମ ଜୁବୁଲି ସମାରୋହରେ ସ୍ୱତନ୍ତ୍ର ସ୍ମରଣିକା ଉନ୍ମୋଚନ କରିବାର କାର୍ଯ୍ୟକ୍ରମ ରହିଛି । ଏହାସହ ନବ ନିର୍ମିତ ରୁସା ଭବନର ଉଦଘାଟନ କରିବେ ବୋଲି ସୂଚନା ରହିଛି । ଏହି କାର୍ଯ୍ୟକ୍ରମରେ ସେଠାରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଉଚ୍ଚଶିକ୍ଷାମନ୍ତ୍ରୀ ଅରୁଣ ସାହୁ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ ରହିଛନ୍ତି ।

Get real time updates directly on you device, subscribe now.