fbpx

ଓଡ଼ିଶାରେ ପହଞ୍ଚିଲେ ରାଷ୍ଟ୍ରପତି, ସ୍ୱାଗତ ଜଣାଇଲେ ରାଜ୍ୟପାଳ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ପହଞ୍ଚିଛନ୍ତି ରାଷ୍ଟ୍ରପତି । ଭୁବନେଶ୍ୱରରୁ ହେଲିକ୍ୟାପ୍ଟର ଯୋଗେ ସେ ପୁରୀ ଯିବେ । ତେବେ ବିମାନବନ୍ଦରରେ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରିବା ପାଇଁ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ମୁଖ୍ୟଶାସନ ସଚିବ, ଡିସିପି ଆଦି ଉପସ୍ଥିତ ରହିଛନ୍ତି । ଅପରାହ୍ନ ୩ଟା ୩୫ରେ ପୁରୀ ରେ ପହଞ୍ଚିବା ପରେ ସେଠାରୁ ସିଧାସଳଖ ରାଜଭବନକୁ ଯିବେ । ସେଠାରେ ସେ କିଛି ସମୟ ବିଶ୍ରାମ ନେବାପରେ ଅପରାହ୍ନ ୪.୫୦ରେ ଶ୍ରୀମନ୍ଦିର ଅଭିମୁଖେ ବାହାରିବେ । ଅପରାହ୍ନ ୫ଟା ୪୫ ପର୍ୟ୍ୟନ୍ତ ସେ ଶ୍ରୀମନ୍ଦିରରେ ରହିବା ସହ ମହାପ୍ରଭୁଙ୍କୁ ଦର୍ଶନ କରିବେ । ଏଥିନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅପରାହ୍ନ ୪ଟାରୁ ୬ଟା ଯାଏ ସର୍ବସାଧାରଣଙ୍କ ଦର୍ଶନ ବନ୍ଦ ରଖାଯାଇଛି । ଶ୍ରୀମନ୍ଦିରରୁ ଫେରିବା ପରେ ରାଷ୍ଟ୍ରପତି ଶ୍ରୀ କୋବିନ୍ଦ ରାଜଭବନ ଫେରିଯାଇ ସେଠାରେ ରାତ୍ରିଯାପନ କରିବାର କାର୍ୟ୍ୟକ୍ରମ ସ୍ଥିର ହୋଇଛି ।

Get real time updates directly on you device, subscribe now.