fbpx

ମହାପ୍ରଭୁଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି: ‘ସମର୍ପଣ ନିଧି’କୁ କଲେ ଦାନ, ଜାଣନ୍ତୁ କେତେ

ପୁରୀ, ୨୨ା୩ (ଓଡିଶା ଭାସ୍କର): ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜି ପୁରୀ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି । ଏହି ଅବସରରେ ରାଷ୍ଟ୍ରପତି ‘ସମର୍ପଣ ନିଧି’କୁ ଦାନ କରିଛନ୍ତି । ନିଜ ଦରମାରୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ୧ ଲକ୍ଷ ଟଙ୍କାର ଚେକ୍ ପ୍ରଦାନ କରିଛନ୍ତି । ରାଷ୍ଟ୍ରପତିଙ୍କ ଦାନ ନେଇ ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ରାଷ୍ଟ୍ରପତିଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରାଜ୍ୟପାଳ ଗଣେଶୀ ଲାଲ ପ୍ରମୁଖ ପୁରୀ ଗସ୍ତ କରିଥିଲେ । ରାଷ୍ଟ୍ରପତିଙ୍କ ଆଗମନକୁ ଦୃଷ୍ଟିରେ ରଖି ବଡ଼ଦାଣ୍ଡରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା ।

Get real time updates directly on you device, subscribe now.